୨୪ ଦିନରେ ୧୯ ରାଜ୍ୟରେ ପହଞ୍ଚିଲାଣି ଓମିକ୍ରନ୍‌

ନୂଆଦିଲ୍ଲୀ,୨୭ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ୨୪ ଦିନ ମଧ୍ୟରେ ୧୯ ରାଜ୍ୟରେ ପହଞ୍ଚି ସାରିଥିବା ସୂଚନା ମିଳିଛି । ଏହାଦ୍ୱାରା ଏବେ ସିଦ୍ଧା ୫୦୯ ଜଣ ସଂକ୍ରମିତ ହୋଇଥିବା ଜଣାପଡିଛି । ଓମିକ୍ରନର ଦ୍ରୁତ ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଏନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲାଗୁ କରାଯିବା ସହ କରୋନା କଟକଣାକୁ କଡାକଡି ଭାବେ ପାଳନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଲେଣି । ଅନ୍ୟପଟେ ଏବେ କିଶୋରଙ୍କ ପାଇଁ ଆସନ୍ତା ଜାନୁୟାରୀରୁ ଟିକାକରଣ ଆରମ୍ଭ କରାଯିବା କଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିବା ପରେ ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ସାମାନ୍ୟ ଆଶ୍ୱସ୍ତି ମିଳିଛି । ପୁଣି ବୁଷ୍ଟର ଡୋଜ ଜାନୁୟାରୀ ୧୦ରୁ ଆରମ୍ଭ କରାଯାଉଥିବା ବେଳେ ଏହାମଧ୍ୟ ଓମିକ୍ରନ୍ ଲଢେଇରେ ସାହାଯ୍ୟ କରିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri