୨୪ ଘଣ୍ଟାରେ ୨୮ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୯୦୩ରେ ପହଞ୍ଚିଥିବାବେଳେ ଏହି ସମୟ ମଧ୍ୟରେ କରୋନାରେ ୧୮୮ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହା ପୂର୍ବରୁ ଡିସେମ୍ବର ୧୨ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୨୫୪ ଥିଲା। ପୁଣି ୩ ମାସ ପରେ ଦେଶରେ ସମାନ ସ୍ଥିତି ଦେଖାଦେଇଛି। ମହାରାଷ୍ଟ୍ର, ପଞ୍ଜାବ, କର୍ନାଟକ, ଗୁଜରାଟ, ତାମିଲନାଡୁ ଏବଂ କେରଳ ଆଦି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ହଜାର ୮୬୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣଙ୍କ ମୃତ୍ୟୁ ଘଟିଛି।

Share