୩ମାସରେ ଅତିକ୍ରମ କଲେ ୨୫୪୪ କି.ମି.

ଝାରସୁଗୁଡ଼ା ଅଫିସ,୩୧ା୩: ନିଶା ସେବନ ବର୍ଜନ କରି ନିୟମିତ ଶାରୀରିକ ବ୍ୟାୟାମ କରନ୍ତୁ ଓ ସୁସ୍ଥ ରୁହନ୍ତୁ। ଏହି ବାର୍ତ୍ତା ନେଇ ଝାରସୁଗୁଡ଼ା ଜିଲା ଦୁର୍ଲଗା ଗ୍ରାମର ଅଭିରାମ ଶତପଥୀ ଜାନୁୟାରୀ ୬ରୁ ପଦଯାତ୍ରାରେ ବାହାରି ମାର୍ଚ୍ଚ ୨୬ରେ ଦିଲ୍ଲୀରେ ପହଞ୍ଚତ୍ଥିଲେ। ଦୀର୍ଘ ୩ମାସ ପଦଯାତ୍ରା ସାରି ଅଭିରାମ ସୋମବାର ଦିଲ୍ଲୀରୁ ବିମାନରେ ଆସି ଝାରସୁଗୁଡ଼ା ଭିଏସ୍‌ଏସ୍‌ ବିମାନ ବନ୍ଦରରେ ଓହ୍ଲାଇଥିଲେ। ତାଙ୍କୁ ବିମାନ ବନ୍ଦରରେ ବିଭିନ୍ନ ସଙ୍ଗଠନ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।
ଅଭିରାମ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ସେ କିଛିବର୍ଷ ତଳେ ଶ୍ୱାସ ରୋଗରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିଲେ। ଡକ୍ତରୀ ଚିକିତ୍ସା ପରେ ସୁସ୍ଥ ହୋଇପାରି ନ ଥିଲେ। ଏଭଳି ସ୍ଥିତିରେ ଜଣେ ସମ୍ପର୍କୀୟଙ୍କ ପରାମର୍ଶକ୍ରମେ ସେ ପ୍ରତିଦିନ ପଦଯାତ୍ରା ସହ ଶାରୀରିକ ବ୍ୟାୟାମ କରୁଥିଲେ। ଫଳରେ ଧୀରେ ଧୀରେ ସୁସ୍ଥ ହୋଇଥିଲେ। ପରେ ସେ ବିଭିନ୍ନ ମାରାଥନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ୬୪ବର୍ଷ ବୟସରେ ସୁସ୍ଥ ସମାଜ ଗଠନ ସନ୍ଦେଶ ନେଇ ସେ ପଦଯାତ୍ରାରେ ବାହାରିଥିଲେ। ଗାଁରୁ ଜାନୁୟାରୀ ୬ରୁ ବାହାରି ୨୨ରେ ପୁରୀରେ ପହଞ୍ଚତ୍ଥିଲେ। ଏହି ଯାତ୍ରା ସମୟରେ ସେ ମୁଖ୍ୟମନ୍ତ୍ରୀ ନାବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ପୁରୀରେ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନକରି ୨୪ରେ ଦିଲ୍ଲୀ ଅଭିମୁଖେ ବାହାରି ମାର୍ଚ୍ଚ ୨୬ରେ ପହଞ୍ଚତ୍ଥିଲେ। ସେଠାରେ ସେ ରାଷ୍ଟ୍ରପତି ଭବନ ଓ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପାର୍ଲାମେଣ୍ଟରେ ପହଞ୍ଚତ୍ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହି ପଦଯାତ୍ରା ସମୟରେ ସେ ଓଡିଶା, ଛତିଶଗଡ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ରାଜସ୍ଥାନ ଓ ହରିୟାନା ଆଦି ରାଜ୍ୟ ଅତିକ୍ରମ କରିଥିଲେ। ସେ ୨୫୪୪ କିଲୋମିଟର ରାସ୍ତା ଅତିକ୍ରମ କରିଛନ୍ତି। ଏହି ସମୟରେ ଲୋକେ ତାଙ୍କୁ ରାସ୍ତାରେ ବିପୁଳ ସମ୍ବର୍ଦ୍ଧନା ଜଣାଇ ଅଧିକ ଉତ୍ସାହିତ କରିଥିଲେ। ଫଳରେ ସେ ଲକ୍ଷ୍ୟ ସ୍ଥଳରେ ପହଞ୍ଚତ୍ପାରିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?