Posted inଜାତୀୟ

ପୋଲିସ ଗୁଳିରେ ୩ ବର୍ଷ ମଧ୍ୟରେ ନିର୍ଦ୍ଦୋଷ ନାଗରିକଙ୍କ ମୃତ୍ୟୁ ଘଟିନି, ଉପରାଜ୍ୟପାଳଙ୍କ ସୂଚନା…

ଶ୍ରୀନଗର,୧।୮ : ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା କହିଛନ୍ତି ଯେ ଆତଙ୍କବାଦୀ ଇକୋ-ସିଷ୍ଟମକୁ ଅନେକାଂଶରେ ବିଲୋପ କରାଯାଇଛି। ଏ ସହିତ ସମଗ୍ର ଅଞ୍ଚଳରୁ ଆତଙ୍କବାଦକୁ ଦୂର କରିବା ପାଇଁ ଉଦ୍ୟମ ଚାଲିଛି। ସେ କହିଛନ୍ତି ଯେ ଆତଙ୍କବାଦ କେବଳ ସମାଜ ପାଇଁ ନୁହେଁ, ସଭ୍ୟତା ପାଇଁ ମଧ୍ୟ ବିପଦ। ଯେଉଁମାନେ ବିକାଶ ପଥରେ ବାଧା ଭଳି ଠିଆ ହୋଇଛନ୍ତି ସେମାନଙ୍କ ବିରୁଦ୍ଧରେ ଠିଆ ହେବା ଆମ ସମସ୍ତଙ୍କର ଦାୟିତ୍ୱ।

ସେ କହିଛନ୍ତି ଯେ ଜମ୍ମୁ-କଶ୍ମୀରର ଅନେକ ଅଞ୍ଚଳରୁ ଆତଙ୍କବାଦକୁ ହଟାଇବାରେ ପୋଲିସ ଏବଂ ସୁରକ୍ଷା ବାହିନୀ ସଫଳ ହୋଇଛନ୍ତିି। କିନ୍ତୁ ଏହାକୁ ମୂଳରୁ ବିଲୋପ କରିବା ଆବଶ୍ୟକ। ସମାଜରେ କିଛି ଲୋକ ଅଛନ୍ତି ଯେଉଁମାନେ ଏହାକୁ ଭିତରୁ ଦୁର୍ବଳ କରିବାକୁ ଚେଷ୍ଟା କରୁଛନ୍ତି। ପୋଲିସକୁ ସେମାନଙ୍କ ଉପରେ ନଜର ରଖିବାକୁ ପଡ଼ିବ। ମନୋଜ ସିହ୍ନା କହିଛନ୍ତି ଯେ ପୋଲିସର ନୀତି ନିରୀହ ଲୋକଙ୍କୁ ହଇରାଣ କରିବା ନୁହେଁ, ବରଂ ଦୋଷୀମାନଙ୍କୁ ନ୍ୟାୟ ଦେବା।

ସେ କହିଛନ୍ତି ଯେ ଗତ ତିନିବର୍ଷ ମଧ୍ୟରେ ପୋଲିସର ଗୁଳିରେ କୌଣସି ନିରୀହ ନାଗରିକଙ୍କର ମୃତ୍ୟୁ ହୋଇ ନାହିଁ। ସେ କହିଛି ଯେ ଦେଶର ସାର୍ବଭୌମତ୍ୱର ସୁରକ୍ଷା ପାଇଁ ନିଜର ଦକ୍ଷତା, ନିଷ୍ଠା, ଗତିଶୀଳତା ଏବଂ ସଂକଳ୍ପ ସହିତ ଜମ୍ମୁ-କଶ୍ମୀର ପୋଲିସ ସୁରକ୍ଷା କ୍ଷେତ୍ରରେ ଏକ ଉତ୍ତମ ଉଦାହରଣ ସୃଷ୍ଟି କରିଛି। ନୂତନ ସମ୍ଭାବ୍ୟ ବିପଦକୁ ରୋକିବା ପାଇଁ ଆମକୁ ଅଧିକ ପ୍ରତିବଦ୍ଧତା ସହ କାର୍ଯ୍ୟ କରିବାକୁ ହେବ। ଖରାପ ଉଦ୍ଦେଶ୍ୟରେ କାର୍ଯ୍ୟ କରୁଥିବା ବିରୋଧୀମାନଙ୍କ ଦ୍ୱାରା ଏହିପରି ଅନେକ କାର୍ଯ୍ୟକଳାପ ଚାଲିଛି, ଯାହାକୁ ନିୟନ୍ତ୍ରଣ କରିବା ପାଇଁ ସୁରକ୍ଷା ବାହିନୀକୁ ଦୁଇଗୁଣା ଉଦ୍ୟମ କରିବାକୁ ପଡିବ।

ମନୋଜ ସିହ୍ନା ନାର୍କୋ-ଆତଙ୍କବାଦ ଉପରେ ଗୁରୁତ୍ୱାରୋପ କରି କହିଛନ୍ତି, ଏହା ଠିକ ସମୟରେ ନିୟନ୍ତ୍ରିତ ନହେଲେ ଏକ ପ୍ରମୁଖ ସୁରକ୍ଷା ତଥା ସାମାଜିକ ଆହ୍ବାନ ଭାବରେ ଉଭା ହେବ। ଲୋକଙ୍କ ବିଶ୍ୱାସ ଜିତିବା ପାଇଁ ସେ ପୋଲିସକୁ ପ୍ରଶଂସା କରିଥିଲେ। ବିକାଶ କାର୍ଯ୍ୟ, ଆଇନ ଶୃଙ୍ଖଳା ରକ୍ଷା, ଡ୍ରଗ ସିଣ୍ଡିକେଟ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ଆତଙ୍କବାଦୀ ବିରୋଧୀ କାର୍ଯ୍ୟରେ ଭଲ କାର୍ଯ୍ୟ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri