୩ ବର୍ଷରେ ବସ୍ତି ହେବ ଆଦର୍ଶ କଲୋନି

ଭୁବନେଶ୍ୱର (ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୨୮।୯: ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନିରେ ପରିଣତ ହେବ। ସୋମବାର ଭିଡିଓ କନ୍‌ଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷାର ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସହରରେ ବିକାଶଠାରୁ ଆରମ୍ଭ କରି କୋଭିଡ୍‌ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି। ଏହି ଯୋଜନାରେ ବସ୍ତିରେ ବିଜୁଳି, ପିଇବା ପାଣି, ରାସ୍ତା, ଗୋଷ୍ଠୀ କେନ୍ଦ୍ର ଆଦିର ବିକାଶ କରି ବସ୍ତି ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଅଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତିି। ମୁଖ୍ୟମନ୍ତ୍ରୀ କୋଭିଡ୍‌ ନିୟମ ପାଳନ ପାଇଁ ଲୋକଙ୍କୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ବାଲେଶ୍ୱରର ୪୧ ବସ୍ତିର ୨୦୫୪ ଜଣଙ୍କୁ ଏବଂ ସାରା ରାଜ୍ୟର ୧,୦୫,୦୦୦ ବସ୍ତି ଲୋକଙ୍କୁ ଭୂମି ଅଧିକାର ସାର୍ଟିଫିକେଟ(ଏଲଇସି) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଆଗାମୀ ୩ ମାସରେ ୧ ଲକ୍ଷ ୬୫ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ଏଲଇସି ଦିଆଯିବ।
ସୂଚନାଯୋଗ୍ୟ, ରାଜ୍ୟରେ ୧୦୧ ପୌରାଞ୍ଚଳର ୧୭୧୮ ବସ୍ତିର ସାଢେ ୪ ଲକ୍ଷ ଲୋକ ଏଲଇସି ଦ୍ୱାରା ଉପକୃତ ହେବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧୬ ବହୁମୁଖୀ ଗୋଷ୍ଠୀ କେନ୍ଦ୍ର ‘ପରିଚୟ’ ର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ବସ୍ତି ଉନ୍ନତୀକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହାର ଏଓପି ଡକ୍ୟୁମେଣ୍ଟକୁ ଉନ୍ମୋଚିତ କରିଥିଲେ। ଏହି ଅବସରରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ଦିଲ୍ଲୀସ୍ଥିତ ସେଣ୍ଟର ଫର ପଲିସି ରିସର୍ଚ୍ଚ ମଧ୍ୟରେ ଏକ ବୁଝାମଣାପତ୍ର(ଏମଓୟୁ) ସ୍ବାକ୍ଷର କରାଯାଇଛି। ଏହି ସଂସ୍ଥା କାର୍ଯ୍ୟକ୍ରମର ନଲେଜ ପାର୍ଟନର ଭାବେ ସହାୟତା ଯୋଗାଇବ।
ବାଲେଶ୍ୱରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ କହିଛନ୍ତି, ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତି ଉନ୍ନତୀକରଣ ଯୋଜନା ଓ ତାଲିକା ପ୍ରସ୍ତୁତ ହୋଇସାରିଛି। ବସ୍ତି ଜନସାଧାରଣ ସମାନ ସୁବିଧା ଓ ଅଧିକାର ପାଇପାରିବେ। ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି.ମାଥିଭାଥନନ ସ୍ବାଗତ ଭାଷଣ ଦେଇଥିବା ବେଳେ ଜାଗାମିଶନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି. କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?