Posted inଜାତୀୟ

୪ ବର୍ଷରେ ୩,୧୧୭ ଜଣଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ…

ନୂଆଦିଲ୍ଲୀ, ୨୨।୧୨: ଗତ ୪ ବର୍ଷ ମଧ୍ୟରେ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ମୋଟ ୩,୧୧୭ ସଂଖ୍ୟାଲଘୁଙ୍କୁ ଭାରତୀୟ ନାଗରିକତ୍ୱ ଗ୍ରହଣ ଲାଗି ଅନୁମତି ପ୍ରଦାନ କରାଯାଇଛି। ଏସମ୍ପର୍କରେ ରାଜ୍ୟ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାର ସୂଚନା ପ୍ରଦାନ କରିଛନ୍ତି

। ମୋଟ ନାଗରିକତ୍ୱ ଆବେଦନ ସମ୍ପର୍କରେ ପ୍ରଶ୍ନର ଉତ୍ତରରେ ନିତ୍ୟାନନ୍ଦ ରାୟ ଏଭଳି କହିଛନ୍ତି। ଉତ୍ତରରେ ରାୟ ଉଲ୍ଲେଖ କରିଛନ୍ତି ଯେ ହିନ୍ଦୁ, ଶିଖ, ଜୈନ ଏବଂ ଖ୍ରୀଷ୍ଟିଆନଙ୍କଠାରୁ ନାଗରିକତ୍ୱ ଆବେଦନ ସଂଖ୍ୟା ୨୦୧୮, ୨୦୧୯, ୨୦୨୦ ଏବଂ ୨୦୨୧ରେ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନର ୧୦,୬୩୫ ସଂଖ୍ୟାଲଘୁ ଭାରତୀୟ ନାଗରିକତ୍ୱ ଗ୍ରହଣ ଲାଗି ଆବେଦନ କରିଥିଲେ।

୨୦୨୧ ଡିସେମ୍ବର ୧୪ ସୁଦ୍ଧା ଆବେଦନକାରୀଙ୍କ ସଂଖ୍ୟା ସେ ପ୍ରକାଶ କରିଛନ୍ତି। ସେଥି ମଧ୍ୟରୁ ସରକାର ୩,୧୧୭ ସଂଖ୍ୟାଲଘୁଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରିଛନ୍ତି। ଆଦେବନକାରୀଙ୍କ ମଧ୍ୟରେ ପାକିସ୍ତାନରୁ ୭,୩୦୬ ଜଣ ରହିଛନ୍ତି। ଆଫଗାନୀସ୍ତାନରୁ ୧,୧୫୨, ସେହିପରି ୪୨୮ ଜଣ ବେସାହାରା, ୨୨୩ ଆବେଦନ ଶ୍ରୀଲଙ୍କା ଏବଂ ଆମେରିକାରୁ ଆସିଛି। ଅପରପକ୍ଷରେ ନେପାଳରୁ ୧୮୯, ବାଂଲାଦେଶରୁ ୧୬୧ ଏବଂ ଚାଇନାରୁ ୧୦ ଆବେଦନ ଆସିଛି ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?