୫ ରାଜ୍ୟରେ ସ୍ଥିତି ଅଣାୟତ୍ତ…

ନୂଆଦିଲ୍ଲୀ, ୨୫।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ଦେଢ଼ ଲକ୍ଷ ଟପିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୬ ହଜାର ୮୬୬ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୧ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୫୦ ହଜାର ୮୭୭ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୮ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୭୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୯ ଲକ୍ଷ ୫ ହଜାର ୬୨୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୨ ଲକ୍ଷ ୨୮ ହଜାର ୬୭୦ ଜଣ ସୁସ୍ଥ ହୋଇ ସାରିଛନ୍ତି। ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ ଏବଂ ପଶ୍ଚିମବଙ୍ଗ ଆଦି ୫ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୦୧୫ଜଣ, ପଶ୍ଚିମବଙ୍ଗରେ ୧,୮୧୭, ତାମିଲନାଡୁରେ ୧,୯୪୫ ଜଣ, ପଞ୍ଜାବରେ ୪୧୭ ଜଣ କେରଳରେ ୨,୪୭୭ ଜଣ, କର୍ନାଟକରେ ୧,୧୫୧ ଜଣ, ଓଡ଼ିଶାରେ ୭୩୯ ଜଣ, ଗୁଜରାଟରେ ୮୪୨, ଆସାମରେ ୮୦୦ ଜଣ, ତେଲେଙ୍ଗାନାରେ ୫୩୧, ହିମାଚଳପ୍ରଦେଶରେ ୨୮୧ ଜଣ, ଛତିଶଗଡ଼ରେ ୧୯୬ ଜଣ, ଦିଲ୍ଲୀରେ ୭୨୯ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୪୫୮ ଜଣ, ଆନ୍ଧ୍ରପ୍ରଦେଶରେ ୪୪୨ ଜଣ, ଉତ୍ତରପ୍ରଦେଶରେ ୪୨୦ଜଣ, ତ୍ରିପୁରାରେ ୨୧୬ ଜଣ, ଜମ୍ମୁ-କଶ୍ମୀରରେ ୬୩୧ ଜଣ, ବିହାରରେ ୨୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ରାଜସ୍ଥାନରେ ୨୧୩ ଜଣ, ସିକିମ୍‌ରେ ୧୨୧ ଜଣ, ମଧ୍ୟପ୍ରଦେଶରେ ୨୩୭ ଜଣ, ପୁଡୁଚେରୀରେ ୧୬୨ ଜଣ, ଉତ୍ତରାଖଣ୍ଡରେ ୧୪୨ ଜଣ, ମିଜୋରାମରେ ୧୪୭ ଜଣ, ଚଣ୍ଡିଗଡ଼ରେ ୧୪୫ ଜଣ, ଆସାମରେ ୧୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୨ କୋଟି ୧୭ ଲକ୍ଷ ୬୬ ହଜାର ୬୧୫ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ୧୬ ଲକ୍ଷ ୮୨ ହଜାର ୩୯୦ ଟିକାକରଣ ହୋଇଛି॥ ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?