Posted inଜାତୀୟ

୫ ବର୍ଷରେ ଦେଶରେ ୧୫ ଏମ୍ସ୍‌-୬ ଆଇଆଇଟି ସ୍ଥାପିତ ହୋଇଛି: ମୋଦି

ନୂଆଦିଲ୍ଲୀ, ୧୯।୧୦: ଗତ ୫ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ଉଚ୍ଚଶିକ୍ଷା କ୍ଷେତ୍ରରେ ବହୁ ବିକାଶ କାର୍ଯ୍ୟ କରିଛନ୍ତି। ୨୦୧୪ଠାରୁ ବର୍ତ୍ତମାନ ସୁଦ୍ଧା ଦେଶରେ ୧୫ଟି ନୂଆ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ୍‌) ସ୍ଥାପିତ ହୋଇଛି। ସେହିପରି ୬ଟି ଭାରତୀୟ ପ୍ରାଦ୍ୟୋଗିକ ସଂସ୍ଥାନ(ଆଇଆଇଟି) ମଧ୍ୟ ସ୍ଥାପିତ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସୋମବାର ମହୀଶୂର ବିଶ୍ୱବିଦ୍ୟାଳୟର ଶତାବ୍ଦୀ ଦିକ୍ଷାନ୍ତ ସମାରୋହରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ସେ ଏଭଳି କହିଛନ୍ତି। ୨୦୧୪ ପୂର୍ବରୁ ଦେଶରେ ୭ଟି ଏମ୍ସ୍‌ ଥିଲା। ସେହିପରି ଆଇଆଇଟି ସଂଖ୍ୟା ୧୬ ଥିଲା। ଏବେ ଏମ୍ସ୍‌ ସଂଖ୍ୟା ୨୨ ଛୁଇଁଥିବାବେଳେ ଆଇଆଇଟି ସଂଖ୍ୟା ୨୨ରେ ପହଞ୍ଚିଛି। ଦେଶରେ ପୂର୍ବରୁ ୧୩ଟି ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ୍‌(ଆଇଆଇଏମ୍‌) ଥିଲା। ଗତ ୫ ବର୍ଷରେ ୭ଟି ନୂଆ ଆଇଆଇଏମ୍‌ ସ୍ଥାପିତ ହୋଇଛି। ଫଳରେ ଏବେ ଆଇଆଇଏମ୍‌ ସଂଖ୍ୟା ୨୦ ଛୁଇଁଛି। ସେହିପରି ଦେଶରେ ପୂର୍ବରୁ ୯ଟି ସୂଚନା ଏବଂ ପ୍ରାଦ୍ୟୋଗିକ ସଂସ୍ଥାନ(ଆଇଆଇଆଇଟି) ଥିଲା। ମାତ୍ର ଗତ ୫ ବର୍ଷ ମଧ୍ୟରେ ୧୬ଟି ନୂଆ ଆଇଆଇଆଇଟି ସ୍ଥାପିତ ହୋଇଛି। ଏହାଦ୍ୱାରା ଆଇଆଇଆଇଟି ସଂଖ୍ୟା ଏବେ ୨୫ରେ ପହଞ୍ଚିଛି। ପୂର୍ବରୁ ଆଇଆଇଟିରେ ଛାତ୍ରୀଙ୍କ ସଂଖ୍ୟା ୮ ପ୍ରତିଶତ ଥିବାବେଳେ ଗତ ୫ ବର୍ଷ ମଧ୍ୟରେ ଏହା ୨୦ ପ୍ରତିଶତରେ ପହଞ୍ଚିଛି। ଏପରିସ୍ଥଳେ ନୂଆ ଶିକ୍ଷାନୀତି ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ସୁନିଶ୍ଚିତ କରିବ। ଏହାଦ୍ୱାରା ନର୍ସରୀଠାରୁ ଆରମ୍ଭ କରି ପିଏଚଡ଼ି ପର୍ଯ୍ୟନ୍ତ ଶିକ୍ଷାକ୍ଷେତ୍ରରେ ବହୁ ପରିବର୍ତ୍ତନ ଆସିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri