Posted inଜାତୀୟ

୬ ବର୍ଷରେ ୧୫ ଶହରୁ ଅଧିକ ଯୁବବର୍ଗ ଉଗ୍ରବାଦୀ ସଂଗଠନରେ ସାମିଲ, ୭ ହଜାରରୁ ଅଧିକ କରିଛନ୍ତି ଆତ୍ମସମର୍ପଣ…

ଗୁଆହାଟୀ, ୧୩।୯ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ବିଧାନସଭାରେ କହିଛନ୍ତି ଯେ ଗତ ୬ବର୍ଷ ମଧ୍ୟରେ ବହୁ ସଂଖ୍ୟାରେ ଯୁବବର୍ଗ ଉଗ୍ରବାଦୀ ସଂଗଠନରେ ଯୋଗ ଦେଇଥିବା ବେଳେ ଅନେକ ଆତ୍ମସମର୍ପଣ କରିଛନ୍ତି। ଏହି ସମୟ ମଧ୍ୟରେ ୧୫ ଶହ ରୁ ଅଧିକ ଯୁବବର୍ଗ ଉଗ୍ରବାଦୀ ସଂଗଠନ ସହ ଜଡିତ ହୋଇଥିବା ସେ କହିଛନ୍ତି। ବିଧାନସଭା ଅଧିବେଶନରେ ମୁଖ୍ୟମନ୍ତ୍ରୀ କଂଗ୍ରେସ ବିଧାୟକ ଦେବବ୍ରତ ସୈକିଆଙ୍କ ପ୍ରଶ୍ନର ଉତ୍ତର ଦେଇ ଏହି ସୂଚନା ପ୍ରଦାନ କରିଛନ୍ତି।

୨୦୧୬ ରୁ ୨୦୨୨ ପର୍ଯ୍ୟନ୍ତ ତଥ୍ୟ ମୁଖ୍ୟମନ୍ତ୍ରୀ ବିଧାନସଭାରେ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ୨୦୧୬ ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୧୫୬୧ ଜଣ ଯୁବବର୍ଗ ପାଞ୍ଚଟି ଉଗ୍ରବାଦୀ ସଂଗଠନ ସହ ଜଡିତ ଅଛନ୍ତି। ସେ କହିଛନ୍ତି, ୮୧୧ ଜଣ ଯୁବବର୍ଗ ଏନଡିଏଫବି, ୧୬୪ ଯୁବବର୍ଗ ଏନଏଲଏଫବି (ବୋଡୋ), ୩୫୧ ପିଡ଼ିସିକେ, ୨୦୩ ଉଲ୍‌ଫା ଏବଂ ୩୨ ଯୁବବର୍ଗ ୟୁପିଆରଏଫରେ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ଛଅ ବର୍ଷ ମଧ୍ୟରେ ୨୩ ଟି ସନ୍ତ୍ରାସବାଦୀ ସଂଗଠନର ୭୯୩୫ ଯୁବବର୍ଗ ସରକାରଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହା ପରେ ସେମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରାଯାଇଛି। ସେଥିମଧ୍ୟରୁ ୪୫୧୬ ଜଣ ଏନଡିଏଫବିରୁ, ୪୬୫ ଏନଏଲଏଫବିରୁ, ୯୧୫ କେପିଏଲଟିରୁ, ୩୮୮ ପିଡ଼ିସିକେ, ୩୭୮ ଉଲ୍‌ଫା, ୨୪୬ କେଏଲଏନଏଏଲଏଫ, ୧୮୧ଡିଏନଏଲଏ ରୁ, ୧୭୮ ଏଡିଏଫରୁ ଏବଂ ଅବଶିଷ୍ଟ ଯୁବବର୍ଗ ଅନ୍ୟ ସଂଗଠନରୁ ଆସିଥିବା ଜଣାପଡ଼ିଛି।

ଗତ ୬ ବର୍ଷ ମଧ୍ୟରେ ଜିହାଦି କାର୍ଯ୍ୟକଳାପରେ ୮୪ଜଣଙ୍କୁ ଗିରଫ କରାଯାଇଛି। ସେମାନେ ଜମାତ-ଉଲ-ମୁଜାହିଦ୍ଦିନ ବାଂଲାଦେଶ, ହିଜବୁଲ ମୁଜାହିଦ୍ଦିନ ଏବଂ ଅନସରୁଲ୍ଲା ବଙ୍ଗଳା ଦଳ ଭଳି ସଂଗଠନ ସହ ଜଡିତ ଥିଲେ। ସେ କହିଛନ୍ତି, ଏହି ୧୦ ଜଣଙ୍କ ମଦ୍ରାସା ସହ ଯୋଗାଯୋଗ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri