Posted inଜାତୀୟ

୬ ବର୍ଷରେ ୧୫ ଶହରୁ ଅଧିକ ଯୁବବର୍ଗ ଉଗ୍ରବାଦୀ ସଂଗଠନରେ ସାମିଲ, ୭ ହଜାରରୁ ଅଧିକ କରିଛନ୍ତି ଆତ୍ମସମର୍ପଣ…

ଗୁଆହାଟୀ, ୧୩।୯ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ବିଧାନସଭାରେ କହିଛନ୍ତି ଯେ ଗତ ୬ବର୍ଷ ମଧ୍ୟରେ ବହୁ ସଂଖ୍ୟାରେ ଯୁବବର୍ଗ ଉଗ୍ରବାଦୀ ସଂଗଠନରେ ଯୋଗ ଦେଇଥିବା ବେଳେ ଅନେକ ଆତ୍ମସମର୍ପଣ କରିଛନ୍ତି। ଏହି ସମୟ ମଧ୍ୟରେ ୧୫ ଶହ ରୁ ଅଧିକ ଯୁବବର୍ଗ ଉଗ୍ରବାଦୀ ସଂଗଠନ ସହ ଜଡିତ ହୋଇଥିବା ସେ କହିଛନ୍ତି। ବିଧାନସଭା ଅଧିବେଶନରେ ମୁଖ୍ୟମନ୍ତ୍ରୀ କଂଗ୍ରେସ ବିଧାୟକ ଦେବବ୍ରତ ସୈକିଆଙ୍କ ପ୍ରଶ୍ନର ଉତ୍ତର ଦେଇ ଏହି ସୂଚନା ପ୍ରଦାନ କରିଛନ୍ତି।

୨୦୧୬ ରୁ ୨୦୨୨ ପର୍ଯ୍ୟନ୍ତ ତଥ୍ୟ ମୁଖ୍ୟମନ୍ତ୍ରୀ ବିଧାନସଭାରେ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ୨୦୧୬ ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୧୫୬୧ ଜଣ ଯୁବବର୍ଗ ପାଞ୍ଚଟି ଉଗ୍ରବାଦୀ ସଂଗଠନ ସହ ଜଡିତ ଅଛନ୍ତି। ସେ କହିଛନ୍ତି, ୮୧୧ ଜଣ ଯୁବବର୍ଗ ଏନଡିଏଫବି, ୧୬୪ ଯୁବବର୍ଗ ଏନଏଲଏଫବି (ବୋଡୋ), ୩୫୧ ପିଡ଼ିସିକେ, ୨୦୩ ଉଲ୍‌ଫା ଏବଂ ୩୨ ଯୁବବର୍ଗ ୟୁପିଆରଏଫରେ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ଛଅ ବର୍ଷ ମଧ୍ୟରେ ୨୩ ଟି ସନ୍ତ୍ରାସବାଦୀ ସଂଗଠନର ୭୯୩୫ ଯୁବବର୍ଗ ସରକାରଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହା ପରେ ସେମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରାଯାଇଛି। ସେଥିମଧ୍ୟରୁ ୪୫୧୬ ଜଣ ଏନଡିଏଫବିରୁ, ୪୬୫ ଏନଏଲଏଫବିରୁ, ୯୧୫ କେପିଏଲଟିରୁ, ୩୮୮ ପିଡ଼ିସିକେ, ୩୭୮ ଉଲ୍‌ଫା, ୨୪୬ କେଏଲଏନଏଏଲଏଫ, ୧୮୧ଡିଏନଏଲଏ ରୁ, ୧୭୮ ଏଡିଏଫରୁ ଏବଂ ଅବଶିଷ୍ଟ ଯୁବବର୍ଗ ଅନ୍ୟ ସଂଗଠନରୁ ଆସିଥିବା ଜଣାପଡ଼ିଛି।

ଗତ ୬ ବର୍ଷ ମଧ୍ୟରେ ଜିହାଦି କାର୍ଯ୍ୟକଳାପରେ ୮୪ଜଣଙ୍କୁ ଗିରଫ କରାଯାଇଛି। ସେମାନେ ଜମାତ-ଉଲ-ମୁଜାହିଦ୍ଦିନ ବାଂଲାଦେଶ, ହିଜବୁଲ ମୁଜାହିଦ୍ଦିନ ଏବଂ ଅନସରୁଲ୍ଲା ବଙ୍ଗଳା ଦଳ ଭଳି ସଂଗଠନ ସହ ଜଡିତ ଥିଲେ। ସେ କହିଛନ୍ତି, ଏହି ୧୦ ଜଣଙ୍କ ମଦ୍ରାସା ସହ ଯୋଗାଯୋଗ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିତା ହେଲେ ମାନ, ନବଜାତ ଶିଶୁର ନାମକରଣ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୯।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଘରେ ମାର୍ଚ୍ଚ ୨୬ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ମୁଖ୍ୟମନ୍ତ୍ରୀ ଭାଗବତ ମନ ନିଜେ ସୋସିଆଲ ମିଡିଆ...

ବିହାରରେ ମହାମେଣ୍ଟର ସିଟ୍‌ ଫାଇନାଲ, ଆରଜେଡିକୁ ୨୬, କଂଗ୍ରେସକୁ ୯

ପାଟନା,,୨୯।୩: ବିହାରରେ ୪୦ଟି ଲୋକ ସଭା ଆସନ ବଣ୍ଟନ ନେଇ ଗ୍ରାଣ୍ଡ ଆଲାଇନ୍ସ ମଧ୍ୟରେ ଅନେକ ଦିନ ଧରି ବିବାଦ ଲାଗି ରହିଥିଲା। ବର୍ତ୍ତମାନ ଆରଜେଡି,...

ଏନଡିଏରେ ଯୋଗଦେବାର ୮ ମାସ ପରେ ପ୍ରଫୁଲ ପଟେଲଙ୍କ ବିରୋଧରେ କେସ୍ ବନ୍ଦ କଲା ସିବିଆଇ

ନୂଆଦିଲ୍ଲୀ,୨୯।୩: ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅଜିତ ପାୱାର ଏବଂ ଅନ୍ୟ ଦଳର ନେତାମାନେ ଏନଡିଏରେ ଯୋଗଦେବା ପରେ ଆଠ ମାସ ପରେ ସିବିଆଇ ଏୟାର...

ଦିଲ୍ଲୀରେ ଚାଲିବ ‘କେଜରିଓ୍ବାଲ ଆଶୀର୍ବାଦ’ ଅଭିଯାନ: ସୁନୀତା

ନୂଆଦିଲ୍ଲୀ,୨୯।୩: ଏହି ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇଡି ହେପାଜତରେ ଅଛନ୍ତି। କୋର୍ଟ ତାଙ୍କ ରିମାଣ୍ଡ...

ଏଠାରେ ବିଧାୟକଙ୍କୁ ଦରକାର ଗଧ, ସରକାରଙ୍କୁ କଲେ ଡିମାଣ୍ଡ

ଜୟପୁର,୨୯।୩: ଦେଶକୁ ସଫା ସୁତୁରା ରଖିବା ପାଇଁ ସରକାର ଅନେକ କାର୍ଯ୍ୟକ୍ରମ ଚଳାଇଛନ୍ତି। ଏଥିରେ ପ୍ରତ୍ୟେକ ଘରୁ ଅଳିଆ ସଂଗ୍ରହ କରିବାକୁ ଏକ ଅଳିଆ ଭ୍ୟାନ...

କଶ୍ମୀରର କେଶର, ତାମିଲନାଡୁର ମୋତି… ଜାଣନ୍ତୁ ବିଲ ଗେଟ୍ସଙ୍କୁ ଉପହାରରେ କ’ଣ କ’ଣ ଦେଲେ ମୋଦି

ନୂଆଦିଲ୍ଲୀ,୨୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ଏହି ସମୟରେ, ଭୋକାଲ ଫର ଲୋକାଲର ଏକ ଗିଫ୍ଟ ଗେଟ୍ସଙ୍କୁ ଦେଇଛନ୍ତି। ଯେଉଁଥିରେ...

ପିତାଙ୍କ କବର ନିକଟରେ ପୋତି ଦିଆଯିବ ମୁଖତାର ଅନସାରୀଙ୍କ ମୃତଦେହ

ଲକ୍ଷ୍ନୌ,୨୯।୩: ପୂର୍ବତନ ବିଧାୟକ ମୁଖତାର ଅନସାରଙ୍କର ଗୁରୁବାର (୨୮ ମାର୍ଚ୍ଚ) ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ସାରା ରାଜ୍ୟରେ ଧାରା...

ଆମ ପିଲା ବହୁତ ଆଡ୍‌ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI

ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri