୭ ଦିନରେ ୩୦୦ ଛୋଟ ପିଲା କରୋନାରେ ଆକ୍ରାନ୍ତ, ଚିନ୍ତାରେ ସରକାର…

ବେଙ୍ଗାଲୁରୁ,୧୨।୮: ଆମେରିକା ସମେତ ପୃଥିବୀର ବହୁ ଦେଶରେ କରୋନା ସଂକ୍ରମଣ ପୁଣିଥରେ ବିପଦ ସୃଷ୍ଟି କରିଛି। ବିଶେଷଜ୍ଞମାନେ ଏହାକୁ ତୃତୀୟ ଲହର ଭାବରେ ବିଚାର କରୁଛନ୍ତି। ଏପରିସ୍ଥଳେ ଭାରତର କର୍ନାଟକରେ ଛୋଟ ପିଲାମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ ୭ ଦିନ ମଧ୍ୟରେ କେବଳ ୩୦୦ ଛୋଟ ପିଲାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ ଆସିିଛି। ଆଗାମୀ ସମୟରେ ଏହି ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ସ୍ବାସ୍ଥ୍ୟ ଅଧିକାରୀ ଚେତାବନୀ ଦେଇଛନ୍ତି। ବିଶେଷଜ୍ଞମାନେ ପୂର୍ବରୁ ସତର୍କ କରିଥିଲେ ଯେ କରୋନାର ତୃତୀୟ ଲହର ଛୋଟ ପିଲାମାନଙ୍କ ଉପରେ ସବୁଠାରୁ ଅଧିକ ପ୍ରଭାବ ପକାଇବ। ଏଭଳି ପରିସ୍ଥିତିରେ ପିଲାମାନଙ୍କଠାରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।
ବେଙ୍ଗାଲୁରୁ ମହାନଗର ପାଳିକା କହିଛି ଯେ କରୋନାରେ ଆକ୍ରାନ୍ତ ହୋଇଥିବା ପିଲାଙ୍କ ବୟସ ୧୯ ବର୍ଷରୁ କମ୍‌। ସେମାନଙ୍କ ମଧ୍ୟରେ ୯ ବର୍ଷରୁ କମ୍‌ ୧୨୭ ପିଲା ରହିଥିବାବେଳେ ଏବଂ ୯ ରୁ ୧୯ ବର୍ଷ ମଧ୍ୟରେ ୧୭୪ ପିଲା କରୋନା ପଜିଟିଭ ଥିବା ଜଣାପଡିଛି। ଆଗାମୀ ଦିନରେ ପିଲାମାନଙ୍କ ସଂକ୍ରମଣ ମାମଲା ବଢ଼ିପାରେ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସର୍ତକ ସୂଚନା ଜାରି କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ଜଣେ ଅଧିକାରୀ କହିଛନ୍ତି ଯେ କିଛି ଦିନ ମଧ୍ୟରେ ଏହି ସଂଖ୍ୟା ତିନିଗୁଣ ହେବାର ଆଶଙ୍କା ରହିଛି। ଏହା ଏକ ବଡ ବିପଦ ସୃଷ୍ଟି କରିପାରେ। ଅଧିକାରୀ କହିଛନ୍ତି, ପିଲାମାନଙ୍କୁ କେବଳ ଘର ଭିତରେ ରଖି ସଂକ୍ରମଣରୁ ଦୂରେଇ ରଖି ହେବ। କର୍ନାଟକ ସରକାର ସମସ୍ତ ଜିଲାରେ ରାତି ଓ ସପ୍ତାହ ଶେଷରେ କର୍ଫ୍ୟୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ କେରଳ-କର୍ଣ୍ଣାଟକ, ମହାରାଷ୍ଟ୍ର-କର୍ନାଟକ ସୀମାରେ ପ୍ରବେଶ ଉପରେ କଟକଣା ଲଗାଯାଇଛି। ସୁରକ୍ଷା ଦୃଷ୍ଟିରୁ ସରକାର ଅଗଷ୍ଟ ୧୬ରୁ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ ଘୋଷଣା କରିବାକୁ ଯୋଜନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri