Posted inଜାତୀୟ

କେଇ ଘଣ୍ଟା ବର୍ଷାରେ ମେଟ୍ରୋ ଅବସ୍ଥା ବେହାଲ…

ବେଙ୍ଗାଲୁରୁ, ୧୮।୫ : ଉତ୍ତର ଭାରତରେ, ପ୍ରବଳ ତାତି ଯୋଗୁ ଅବସ୍ଥା ଖରାପ ହୋଇଥିବାବେଳେ ଆସାମରେ ପ୍ରବଳ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଏଭଳି ସ୍ଥଳେ କର୍ନାଟକର ବେଙ୍ଗାଲୁରୁରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। କିଛି ଘଣ୍ଟା ବର୍ଷା ପରେ ଏଠାରେ ବନ୍ୟା ପରି ପରିସ୍ଥିତି ସୃଷ୍ଟି ହେଉଛି। ପ୍ରବଳ ବର୍ଷା ଯୋଗୁ ରାସ୍ତା ଘାଟ ଆବାସିକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇଯାଇଛି।

ପ୍ରବଳ ଉତ୍ତାପ ମଧ୍ୟରେ ମଙ୍ଗଳବାର ବେଙ୍ଗାଲୁରୁରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ପରି ସୃଷ୍ଟି ହୋଇଥିଲା। ରାସ୍ତାରେ ପାର୍କିଂ ହୋଇଥିବା କାରଗୁଡିକ ପାଣିରେ ବୁଡ଼ି ଯାଇଥିଲା। ଚାରିଆଡ଼ ଜଳମୟ ହୋଇ ଯାଇଥିଲା। ମେଟ୍ରୋ ସିଟିର ଅବସ୍ଥା କିଛିକ୍ଷଣ ମଧ୍ୟରେ ବେହାଲ ହୋଇଯାଇଥିଲା।

ବେଙ୍ଗାଲୁରୁରେ ମେଟ୍ରୋ ସେବା ମଧ୍ୟ ବର୍ଷା ଯୋଗୁଁ ପ୍ରଭାବିତ ହୋଇଛି। ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହେବା କାରଣରୁ ବିଦ୍ୟୁତ ଯୋଗାଣ ବ୍ୟାହତ ହୋଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କର୍ନାଟକରେ ଆଗାମୀ ତିନିରୁ ଚାରି ଦିନ ପର୍ଯ୍ୟନ୍ତ ବର୍ଷା ପାଇଁ ଚେତାବନୀ ଦିଆଯାଇଛି। ଆଣ୍ଡାମାନ ଏବଂ ନିକୋବରରେ ଉତ୍ତର-ପଶ୍ଚିମ ମୌସୁମୀର ପ୍ରଭାବ ଯୋଗୁ ବର୍ଷା ହଉଛି। ଏହି କାରଣରୁ ବର୍ଷା ସମ୍ପର୍କରେ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିଲା। ଆଗାମୀ ତିନି ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri