ମଦ ପିଇବାକୁ ଟଙ୍କା ଦେଲେନି ମା’, ପେଟ୍ରୋଲ ଢାଳି ଜାଳିଦେଲେ ପୁଅ

ତିହିଡି଼, ୪।୧୨(ସଞ୍ଜିତ ବଳ): ଗୁରୁବାର ସକାଳୁ ସକାଳୁ ମା’କୁ ଟଙ୍କା ମାଗିଥିଲେ ପୁଅ । ପୁଅ ଟଙ୍କା ନେଇ ମଦ ପିଇବ ବୋଲି ମା’ ଜାଣିଥିଲେ। ସେଥିପାଇଁ ପୁଅକୁ ଟଙ୍କା ଦେବାକୁ ମନା କରିଦେଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ମା’କୁ ମାଡ଼ ମାରିବା ସହ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେବା ଭଳି ଅଭାବନୀୟ ଘଟଣା ଘଟିଛି ତିହିଡି଼ ଥାନା ବିଲଣା ପଞ୍ଚାୟତ ଅଧୀନ ଗଳଗଣ୍ଡପୁର ଗ୍ରାମରେ। ନିଆଁରେ ମା’ ଜ୍ୟୋସ୍ନାରାଣୀ ନାୟକ(୬୫)ଙ୍କ ଦେହର ୭୦ଭାଗରୁ ଉର୍ଦ୍ଧ୍ୱ ପୋଡ଼ି ଯାଇଛି। ଗୁରୁତର ଅବସ୍ଥାରେ ଗ୍ରାମବାସୀ ଜ୍ୟୋସ୍ନାରାଣୀଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ସଂକଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାଯାଇଛି । ଖବରପାଇ ତିହିଡି଼ ଥାନା ଆଇଆଇସି ସତ୍ୟବ୍ରତ ଗ୍ରହାଚାର୍ଯ୍ୟ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ ଚଳାଇଥିବା ବେଳେ ଏପରି ନୃଶଂସ କାଣ୍ଡ ଘଟାଇଥିବା ପୁଅ ଦେବାଶିଷ(୪୫) ଫେରାର ହୋଇଯାଇଥିବା ଜଣାଯାଇଛି । ଖବରରୁ ପ୍ରକାଶ ଯେ ଦେବାଶିଷ ମା’ ଜ୍ୟୋସ୍ନାରାଣୀଙ୍କୁ ଟଙ୍କା ମାଗିଥିଲେ। ମାତ୍ର ସେ ନଦେବାରୁ ଦେବାଶିଷ ଉତ୍ତ୍ୟକ୍ତ ହୋଇ ଘରର କବାଟ ଭିତରପଟରୁ ବନ୍ଦ କରି ଦେଇଥିଲେ। ପରେ ସେ ତାଙ୍କ ମା’ଙ୍କୁ ମାଡ଼ ମାରିବା ସହ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଜ୍ୟୋସ୍ନାରାଣୀଙ୍କର ଚିତ୍କାର ଶୁଣି ଗ୍ରାମବାସୀ ଘରର କବାଟ ଭାଙ୍ଗି ତାଙ୍କ ଦେହରୁ ନିଆଁ ଲିଭାଇବା ସହ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri