Posted inଜାତୀୟ

ହଡ଼ବଡ଼େଇଲେ ମମତା

କୋଲକାତା,୨୪ା୧: କେନ୍ଦ୍ର ସରକାରଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅହି ନକୁଳ ସମ୍ପର୍କ ଶନିବାର ଏକ ଅସ୍ବାଭାବିକ ସ୍ଥିତି ସୃଷ୍ଟି କରିଛି। ନେତାଜୀ ଜୟନ୍ତୀ ପାଳନ ଅବସରରେ କୋଲକାତାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମମତା ହଡ଼ବଡ଼ାଇ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଉତ୍ସାହିତ ଭାଜପା କର୍ମୀମାନେ ‘ଜୟ ଶ୍ରୀରାମ’ ସ୍ଲୋଗାନ ଦେଇଥିଲେ। ଏହାକୁ ନେଇ ମମତା ତାଙ୍କୁ ଅପମାନିତ କରାଯାଇଥିବା ଦର୍ଶାଇ ଭାଷଣ ଦେବାକୁ ମନା କରିଦେଇଥିଲେ। ପଶ୍ଚିମବଙ୍ଗବାସୀଙ୍କ ଅସ୍ମିତାକୁ ଉସୁକାଇବା ପାଇଁ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ଏପରି କରିଥିବା କୁହାଯାଉଛି।
ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀକୁ କେନ୍ଦ୍ର ସରକାର ଏଥର ପରାକ୍ରମ ଦିବସ ଭାବେ ପାଳନ କରୁଛନ୍ତି। ଏହି ଅବସରରେ କେନ୍ଦ୍ର ପକ୍ଷରୁ କୋଲକାତାର ଭିକ୍ଟୋରିଆ ମେମୋରିଆଲରେ ଏକ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକର ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଞ୍ଚାସୀନ ଥିଲେ। ମମତାଙ୍କ ଭାଷଣ ଦେବା ପାଳି ଆସିବା ପରେ ସମ୍ବୋଧିତ କରିବା ପାଇଁ ତାଙ୍କୁ ଅନୁରୋଧ କରାଯାଇଥିଲା। ତେବେ ମମତା ଭାଷଣ ଆରମ୍ଭ କରିବା ମାତ୍ରେ ଉପସ୍ଥିତ ଭିଡ଼ ଭିତରୁ କେତେଜଣ ବ୍ୟକ୍ତି ‘ଜୟ ଶ୍ରୀରାମ’ ସ୍ଲୋଗାନ ଦେଇଥିଲେ। ଆୟୋଜକମାନେ ନୀରବ ରହିବାକୁ ସେମାନଙ୍କୁ ଅନୁରୋଧ କରିଥିଲେ ହେଁ ସେମାନଙ୍କ କଥାକୁ ସ୍ଲୋଗାନ ଦେଉଥିବା ଲୋକେ ଶୁଣି ନ ଥିଲେ। ମମତା ଏଥିରେ କ୍ଷୁବ୍ଧ ହୋଇ କହିଥିଲେ, ତୁମେ ଯଦି ଏକ ସରକାରୀ କାର୍ଯ୍ୟକ୍ରମକୁ ଜଣଙ୍କୁ ନିମନ୍ତ୍ରଣ କରିଛ ତେବେ ତାଙ୍କୁ ଅପମାନିତ କରିବା ଅନୁଚିତ। ସରକାରୀ କାର୍ଯ୍ୟକ୍ରମର ମର୍ଯ୍ୟାଦା ରହିବା କଥା। ମୋତେ ଅପମାନିତ କରନାହିଁ ବୋଲି କହି ସେ ଭାଷଣ ଦେବାକୁ ମନା କରିଦେଇଥିଲେ। ତେବେ ନେତାଜୀ ଜୟନ୍ତୀ କାର୍ଯ୍ୟକ୍ରମର ଆୟୋଜନ କୋଲକାତାରେ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କ ସହ ସଂସ୍କୃତି ମନ୍ତ୍ରଣାଳୟକୁ ମମତା ଧନ୍ୟବାଦ ଦେଇଥିଲେ। ମମତାଙ୍କ ମତରେ ଏହା କୌଣସି ରାଜନୈତିକ କାର୍ଯ୍ୟକ୍ରମ ନୁହେଁ। ସରକାରୀ କାର୍ଯ୍ୟକ୍ରମରେ ସବୁ ଦଳ ଓ ଧର୍ମର ଲୋକେ ସମ୍ପୃକ୍ତ ଥାଆନ୍ତି। ତେଣୁ ଏଭଳି କାର୍ଯ୍ୟକ୍ରମକୁ ଡାକି ଅପମାନିତ କରିବା ଗ୍ରହଣୀୟ ନୁହେଁ। ଏପରି ବ୍ୟବହାର ତୁମକୁ ଶୋଭାପାଉ ନାହିଁ। ଏହାର ପ୍ରତିବାଦ ସ୍ବରୂପ ମୁଁ କିଛି କହିବି ନାହିଁ। ଜୟ ହିନ୍ଦ୍‌, ଜୟ ବଙ୍ଗଳା କହି ମମତା ନିଜ ସଂକ୍ଷିପ୍ତ ଅଭିଭାଷଣକୁ ସମାପ୍ତ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri