Posted inଜାତୀୟ

କିଙ୍ଗ୍‌ ଚାଲର୍‌ସଙ୍କ ସହିତ ଫୋନ୍‌ରେ କଥାବାର୍ତ୍ତା ହେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩।୧ : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବ୍ରିଟେନର ରାଜା ଚାଲର୍‌ସ ତୃତୀୟଙ୍କ ସହ ଟେଲିଫୋନିକ ବାର୍ତ୍ତାଳାପ କରିଛନ୍ତି। ବ୍ରିଟେନର କାର୍ଯ୍ୟାଳୟ ଗ୍ରହଣ କରିବା ପରେ ରାଜା ଚାଲର୍‌ସଙ୍କ ସହ ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବାର୍ତ୍ତାଳାପ। ଜଳବାୟୁ ସମ୍ପର୍କିତ କାର୍ଯ୍ୟକ୍ରମ, ଜୈବ ବିବିଧତା ସଂରକ୍ଷଣ ଏବଂ ଶକ୍ତି ପରିବର୍ତ୍ତନ ପାଇଁ ଅର୍ଥ ପ୍ରଦାନ ପାଇଁ ଅଭିନବ ସମାଧାନ ସହ ଜଡିତ ପ୍ରସଙ୍ଗଗୁଡିକ ଉପରେ ମୋଦି ଏବଂ କିଙ୍ଗ ଚାଲର୍‌ସଙ୍କ ମଧ୍ୟରେ ଆଲୋଚନା କରାଯାଇଥିଲା। ଏହା ସହିତ ମିଶନ ଲାଇଫର ପ୍ରାସଙ୍ଗିକତା ଉପରେ ଭାରତର ଜି-୨୦ ଅଧ୍ୟକ୍ଷତା ଉପରେ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି।

ପିଏମଓ ଅନୁଯାୟୀ, ଆଲୋଚନା ସମୟରେ କମନୱେଲଥ ଦେଶର କାର୍ଯ୍ୟକଳାପକୁ ଆହୁରି ମଜବୁତ କରିବାର ଉପାୟ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ କିଙ୍ଗ ଚାଲର୍‌ସ ମତ ବିନିମୟ କରିଛନ୍ତି। ଦୁଇ ଦେଶକୁ ଏକତ୍ର କାର୍ଯ୍ୟ କରିବାରେ ଏବଂ ଦ୍ୱିପାକ୍ଷିକ ସମ୍ପର୍କକୁ ସମୃଦ୍ଧ କରିବାରେ ବ୍ରିଟେନରେ ଭାରତୀୟ ସମ୍ପ୍ରଦାୟର ଭୂମିକାକୁ ସେ ପ୍ରଶଂସା କରିଛନ୍ତି। ଏହି ସମୟରେ ପିଏମ ମୋଦୀି ଏକ ସଫଳ ଶାସନ ପାଇଁ ରାଜା ଚାଲର୍‌ସଙ୍କୁ ଶୁଭକାମନା ଜଣାଇଛନ୍ତି।

ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତର ପ୍ରାଥମିକତା ବିଷୟରେ ପ୍ରଧାନମନ୍ତ୍ରୀ ମୋଦି କିଙ୍ଗ ଚାଲର୍‌ସଙ୍କୁ ସୂଚନା ଦେଇଛନ୍ତି। ମିଶନ ଲାଇଫର ପ୍ରାସଙ୍ଗିକତା ବିଷୟରେ ମଧ୍ୟ ସେ କହିଥିଲେ। ଯାହା ମାଧ୍ୟମରେ ଭାରତ ଏକ ପରିବେଶ ସ୍ଥାୟୀ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବାକୁ ଚାହୁଁଛି ବୋଲି ସେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?