ଆଇଏସ୍‌ର ଶିୟା ମୁସଲମାନଙ୍କୁ ଟାର୍ଗେଟ: ଯେଉଁଠି ଥିଲେ ବି ଖୋଜି ବାହାର କରିବୁ

କାବୁଲ,୧୭ ।୧୦: ଆଫଗାନିସ୍ତାନରେ ତାଲିବାନ ଶାସନ ଗାଦି ମାଡି ବସିବା ପରେ ଏବେ ସେ ଶିୟା ମୁସଲମାନଙ୍କୁ ଟାର୍ଗେଟ କରିଛି । ଲଗାତାର ଭାବେ ଏମାନଙ୍କ ଉପରେ ଆକ୍ରମଣ ହୋଇ ଚାଲିଛି । କାନ୍ଦାହାର ଓ କୁନ୍ଦୁଜ ଅଞ୍ଚଳରେ ଥିବା ଶିୟା ମସଜିଦରେ ଗତ ୨ ସପ୍ତାହ ହେବ ଲଗାତାର ଆକ୍ରମଣ ଫଳରେ ୧୬୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି । ଶହ ଶହ ଶହ ଲୋକ ଆହତ ହୋଇଛନ୍ତି । ଏହି ସମୟରେ ଆଇଏସ୍‌ର ଧମକ ସାମ୍ନାକୁ ଆସିଛି । ଆଇଏସ୍ କହିଛି ଶିୟା ମୁସଲମାନ ଯେଉଁଠିବି ରହିବେ ଆମେ ଖୋଜି ବାହାର କରି ସେମାନଙ୍କୁ ମାରିଦେବୁ । ଆତଙ୍କବାଦୀ ସଙ୍ଗଠନ ଅଲ-ନବା ପକ୍ଷରୁ ଏହି ଚେତାବନୀ ଜାରି କରାଯାଇଛି । ଏଥିରେ ଲେଖାଯାଇଛି କି ଶିୟା ମୁସଲମାନ ବହୁ କ୍ଷତିକାରକ, ସେମାନଙ୍କୁ ସବୁଠି ଟାର୍ଗେଟ କରାଯାଉଛି । ଆଉ ସେମାନଙ୍କୁ ଖୋଜି ବାହାର କରି ମାରି ଦିଆଯିବ । ଏବେ ଆଫଗାନିସ୍ତାନ ଆତଙ୍କବାଦୀଙ୍କ ଗଡ ହୋଇଯାଇଛି ବୋଲି କୁହାଗଲାଣି । ପ୍ରଥମରୁ ବିଶ୍ୱ ସମୁଦାୟ ଚିନ୍ତାରେ ଥିଲେ କି ତାଲିବାନ ହାତକୁ ଆସିବା ପରେ ଆଫଗାନିସ୍ତାନ ଆତଙ୍କବାଦୀଙ୍କ ଗଡ ନ ହେଉ । ହେଲେ ଏବେ ଏହା ଆତଙ୍କବାଦୀଙ୍କ ଗଡ ପାଲଟିଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri