ଆମେରିକାରେ ମୋଦିଙ୍କୁ ପ୍ରଶ୍ନ ପଚାରିଥିବା ସାମ୍ବାଦିକାଙ୍କୁ ଚାରିଆଡୁ ଟ୍ରୋଲ:ସାମ୍ବାଦିକାଙ୍କ ସମର୍ଥନରେ ବାହାରିଲା ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌,୨୭।୬:‘ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ’ର ସାମ୍ବାଦିକ ସାବ୍ରିନା ସିଦ୍ଦିକିଙ୍କୁ ବର୍ତ୍ତମାନ ଅନଲାଇନରେ ବହୁତ ଟ୍ରୋଲ କରାଯାଉଛି। ଗତ ସପ୍ତାହରେ ଜୋ ବାଇଡେନଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତରେ ସଂଖ୍ୟାଲଘୁଙ୍କ ଅଧିକାର ସମ୍ପର୍କରେ ସାବ୍ରିନା ପ୍ରଶ୍ନ କରିଥିଲେ। ଏଥିଲାଗି ତାଙ୍କୁ ସବୁଆଡୁ ଟ୍ରୋଲର ଶିକାର ହେବାକୁ ପଡୁଛି। ମିଳିତ ସାମ୍ବାଦିକ ସମ୍ମିଳନୀର ଗୋଟିଏ ଦିନ ପରେ ସାମ୍ବାଦିକ ସାବ୍ରିନାଙ୍କୁ କିଛି ଲୋକ ‘ପାକିସ୍ତାନୀ ଇସଲାମବାଦୀ’ ବୋଲି କହି ଆକ୍ଷେପ କରିଥିଲେ।

ଜାତୀୟ ସୁରକ୍ଷା ପରିଷଦ ସଂଯୋଜକ ଜନ ର୍କିବି ଏହାକୁ ନିନ୍ଦା କରିବା ସହ ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି, ଆମର ସାମ୍ବାଦିକଙ୍କୁ ନିର୍ଯାତନା ଦିଆଯାଉଥିବା ଖବର ବିଷୟରେ ଆମେ ଅବଗତ ହେଇଛୁ। କୌଣସି ପରିସ୍ଥିତିରେ ସାମ୍ବାଦିକଙ୍କୁ ନିର୍ଯାତନା ଦେବାକୁ ଆମେ ନିନ୍ଦା କରୁଛୁ। ଏହା ସଂପୂର୍ଣ୍ଣ ଗ୍ରହଣୀୟ ନୁହେଁ। ଏହା ଗଣତନ୍ତ୍ରର ନୀତି ବିରୋଧ ଅଟେ।

ହ୍ବାଇଟ ହାଉସର ଗଣମାଧ୍ୟମ ସଚିବ କରିନେ ଜିଆନ-ପିଆର ଏନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ନିଜର ବୟାନ ଜାରି କରିଛନ୍ତି। ସେ କହିଛନ୍ତି, ଆମେ ଗଣମାଧ୍ୟମର ସ୍ବାଧୀନତା ପାଇଁ ସବୁବେଳେ ପ୍ରତିବଦ୍ଧ। ସେଥିପାଇଁ ଗତ ସପ୍ତାହରେ ଆମେ ସାମ୍ବାଦିକ ସମ୍ମିଳନୀ କରିଥିଲୁ। ସେ କହିଛନ୍ତି ଯେ, ଜଣେ ସାମ୍ବାଦିକଙ୍କୁ ଭୟଭୀତ କରାଇବା କିମ୍ବା ହଇରାଣ କରିବା ପାଇଁ ଯେଉଁଭଳିି ପ୍ରୟାସ କରାଯାଉଛି। ତାକୁ ଆମେ ଦୃଢ ନିନ୍ଦା କରୁଛୁ। ଏଥିସହ ଦକ୍ଷିଣ ଏସୀୟ ସାମ୍ବାଦିକ ସଂଘ ଅନଲାଇନ ଦୁଃବ୍ୟବହାରରେ ସାବ୍ରନାଙ୍କୁ ସମର୍ଥନ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri