ହାତୀ ଆକ୍ରମଣରେ ବୃଦ୍ଧା ମୃତ

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମହିଷାଲଣ୍ଡା ଗ୍ରାମରେ ରବିବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସରସ୍ବତୀ ଜେନା। ସକାଳେ ହାତୀ ଆକ୍ରମଣରେ ସରସ୍ବତୀ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ଚିିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖବରପାଇ ମଙ୍ଗରାଜପୁର ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ।