ବାହୁଡ଼ିଲେ ବିଦ୍ୟାଦାତା

ଭୁବନ, ୭ା୯(ଡି.ଏନ.ଏ)-ଦୁଲୁଦୁଲି, ଢୋଲ, ଚାଙ୍ଗୁରେ କମ୍ପୁଥିଲା ପରିବେଶ। ଆଧୁନିକ, ପୁରାତନ ଗୀତର ତାଳେତାଳେ ଗୋଟିଏ ପରେ ଗୋଟିଏ ମନଛୁଅଁା ସଙ୍ଗୀତ ପରିବେଷଣ କରୁଥିଲେ ରାଜ୍ୟ ବାହାରୁ ଆସିଥିବା ବ୍ରାସ୍‌ ବ୍ୟାଣ୍ଡ ଦଳର ବାଦ୍ୟକାର। କେଉଁଠି ଚିତ୍ତାକର୍ଷକ ଅଙ୍ଗଭଙ୍ଗୀରେ ଶିଳ୍ପୀମାନେ ଗୋଟିପୁଅ ନୃତ୍ୟ ପରିବେଷଣ କରୁଥିଲେ ତ ଅନ୍ୟ କେଉଁଠି ଅନ୍ୟ କେଉଁଠି ଆଦିବାସୀ ନୃତ୍ୟ ସାଜିଥିଲା ପ୍ରମୁଖ ଆକର୍ଷଣ। ଜନସମୁଦ୍ର ମଧ୍ୟରେ ପଛକୁ ପଛ ଧାଡ଼ି ବାନ୍ଧି ଚାଲିଥିଲେ ୩୬ ମେଢ। ଗଣପତି ବାପ୍ପା ମୋରିୟା… ଧ୍ୱନିରେ ପରିବେଶ ଫାଟି ପଡୁଥିବାବେଳେ ଏକ ଭାବବିହ୍ବଳ ପରିବେଶ ମଧ୍ୟରେ ଭୁବନ ସହରବାସୀ ମେଲାଣି ଦେଇଛନ୍ତି ବିଦ୍ୟାଦାତାଙ୍କୁ। ବିଳମ୍ବିତ ରାତି ଯାଏ ଭସାଣି କାର୍ଯ୍ୟକ୍ରମ ଚାଲିଥିବାବେଳେ ସାରା ସହରରେ କଡ଼ାକଡ଼ି କରାଯାଇଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା।

୩୧ ତାରିଖରୁ ଚାଲିଥିବା ଭୁବନର ପ୍ରସିଦ୍ଧ ଗଶେଣ ପୂଜା ବୁଧବାର ଶେଷ ହୋଇଛି। ଭାବବିହ୍ବଳ ପରିବେଶରେ ଶ୍ରୀଗଣପତିଙ୍କୁ ମେଲାଣି ଦେଇଛନ୍ତି ସହରବାସୀ। ପ୍ରଶାସନ ଓ ଗଣେଶ ପୂଜା କ୍ରିୟାନୁଷ୍ଠାନ କମିଟି ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି। ପୂର୍ବ ନିଷ୍ପତ୍ତି ଅନୁଯାୟୀ, ପୂର୍ବାହ୍ନ ୧୦ଟାରୁ ମେଲଣ ପଡ଼ିଆରୁ କ୍ରମାନ୍ବୟରେ ବାହାରିଥିବା ୩୬ ମେଢ ବ୍ଲକ ଛକ, ରାମ ମନ୍ଦିର, ଲତାବିଲ, ନୂଆବଜାର ଦେଇ ସାରା ସହର ପରିକ୍ରମା କରିଥିଲେ। କାମାକ୍ଷାନଗର ଉପଜିଲାପାଳ ଜ୍ୟୋତି ଶଙ୍କର ସାହୁଙ୍କ ତତ୍ତ୍ୱାବଧାନ ଏବଂ ଭୁବନ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁଙ୍କ ନେତୃତ୍ୱରେ ୨ ପ୍ଲାଟୁନ୍‌ ପୋଲିସ ଫୋର୍ସ, ୪ ଜଣ ଅଫିସର ଶାନ୍ତି ଶୃଙ୍ଖଳା ରକ୍ଷା ଦାୟିତ୍ୱରେ ନିୟୋଜିତ ହୋଇଥିଲେ। ବିଳମ୍ବିତ ରାତି ଯାଏ ଭସାଣି ଶୋଭାଯାତ୍ରା ଚାଲିଥିବାବେଳେ ରଗଡ଼ି ନାଳରେ ମୂର୍ତ୍ତିଗୁଡ଼ିକୁ ବିସର୍ଜନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri