ଆଉ ଗୋଟିଏ ଦିନପରେ ୧୮ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୨।୮:

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଉ ଗୋଟିଏ ଦିନ ପରେ ସୋମବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ଛୁଇଁବାର ଆଶଙ୍କା ଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ଲକ୍ଷ ୫୦ ହଜାର ୭୨୪ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩୭ ହଜାର ୩୬୪ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୪ ହଜାର ୭୩୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୮୫୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରବିବାର ସୁଦ୍ଧା ୧୧ ଲକ୍ଷ ୪୫ ହଜାର ୬୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୫ଲକ୍ଷ ୬୭ ହଜାର ୭୩୦ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଅଗଷ୍ଟ ୧ ସୁଦ୍ଧା ଦେଶରେ କୋଟିଏ ୯୮ ଲକ୍ଷ ୨୧ ହଜାର ୮୩୧ ଜଣଙ୍କ ନମୁନା ପରୀକ୍ଷା ହୋଇସାରିଛି। ଶନିବାର ୪ ଲକ୍ଷ ୬୩ ହଜାର ୧୭୨ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri