ଏପ୍ରିଲରେ ଔଷଧ ବିକ୍ରି ୫୧% ବୃଦ୍ଧି

ନୂଆଦିଲ୍ଲୀ:  କରୋନା ଯୋଗୁ ଦେଶରେ ବିଭିନ୍ନ ବର୍ଗର ଔଷଧ ବିକ୍ରି ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି। ଏପରିକି ଗତବର୍ଷ ଏପ୍ରିଲ ମାସ ତୁଳନାରେ ଚଳିତ ବର୍ଷ ଏପ୍ରିଲରେ ଏହା ପ୍ରାୟ ୫୧% ବୃଦ୍ଧି ପାଇଥିବା ଜଣାପଡ଼ିଛି। ଫଳରେ ମହାମାରୀରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଭାରତୀୟମାନେ ମେଡିସିନ ବ୍ୟବହାରକୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଗତବର୍ଷ ଏପ୍ରିଲରେ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଠୋର କଟକଣା ଜାରି କରାଯାଇଥିଲା। ଏହାର ପ୍ରଭାବ ମଧ୍ୟ ଔଷଧ ବିକ୍ରୟ ଉପରେ ପଡ଼ିଥିଲା। ଫଳରେ ଗତ ବର୍ଷ ବହୁ ପରିମାଣରେ ଔଷଧ କାରବାର ମାନ୍ଦା ରହିଥିବା ବେଳେ ଚଳିତ ବର୍ଷ କରୋନାର ୨ୟ ଲହର ସଂକ୍ରମଣ ଯୋଗୁ ଔଷଧ ବିକ୍ରି ବଢ଼ିବା ସହିତ କାରବାର ଭଲ ହୋଇଥିବା ଜଣାପଡିଛି। ତେବେ କରୋନାର ୨ୟ ଲହର ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଔଷଧ ବିକ୍ରୟକୁ ଯଥେଷ୍ଟ ପରିମାଣରେ ବୃଦ୍ଧି କରିଛି। ଏହି ସମୟରେ ଆଣ୍ଟି-ଇନ୍‌ଫେକ୍ଟିଭ୍‌ ୧୩୪% ବିକ୍ରି ହୋଇଥିବା ଜଣାପଡିଛି। ଗତ ବର୍ଷ ଏପ୍ରିଲ ତୁଳନାରେ ଏହା ଯଥେଷ୍ଟ ଅଧିକ ବୋଲି କୁହାଯାଉଛି। ସେହିଭଳି ପୁଷ୍ଟିକର ଖାଦ୍ୟ ୭୬% ଅଭିବୃଦ୍ଧି ଦେଖାଇଛି। କୋଭିଡ୍‌ ଟ୍ରିଟ୍‌ମେଣ୍ଟ ଥେରାପି ସେଗ୍‌ମେଣ୍ଟରେ କାର୍ଯ୍ୟ କରୁଥିବା କମ୍ପାନୀଗୁଡିକ ଏପ୍ରିଲ ମାସରେ ଆଶାଠାରୁ ଅଧିକ ବିକ୍ରୟ ସହ ଯଥେଷ୍ଟ ଭଲ କାରବାର କରିଛନ୍ତି ବୋଲି ବଜାର ଅନୁସନ୍ଧାନକାରୀ ସଂସ୍ଥା ଏ ସମ୍ପର୍କରେ ସବିଶେଷ ତଥ୍ୟ ଦେଇଛି। ଗତ ବର୍ଷ ଏପ୍ରିଲରେ କରୋନା କଟକଣା ଯୋଗୁ ଔଷଧ ବିକ୍ରୟ ୧୧% କମିଥିବା ବେଳେ ସମାନ ଅବସ୍ଥା ମେ ମାସରେ ମଧ୍ୟ ରହିଥିଲା। ଏହି ମାସରେ ପ୍ରାୟ ୯% ବିକ୍ରୟ କମ୍‌ ହୋଇଥିଲା ତେବେ ଚଳିତ ବର୍ଷ ଔଷଧ ଉତ୍ପାଦନକାରୀ କମ୍ପାନୀଗୁଡିକ କରୋନା ସଂକ୍ରମଣର ୨ୟ ଲହର ସମୟରେ ଔଷଧର ଉତ୍ପାଦନ ଏବଂ ବିତରଣ ଲାଗି ପୂର୍ବରୁ ପ୍ରସ୍ତୁତ ଥିବା ବେଳେ ସରକାର ମଧ୍ୟ ଆବଶ୍ୟକ ସହାୟତା ସାଙ୍ଗକୁ ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ସେବା ଯୋଗାଣକୁ କଟକଣା ମୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri