Posted inଖେଳ

ଆର୍‌ଡୋର ଏକାଡେମୀ କ୍ୱାର୍ଟରରେ

ଭୁବନେଶ୍ୱର, ୧୪ା୮ (ବିଜୟ ରଣା): ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଭୁବନେଶ୍ୱର ଫୁଟ୍‌ବଲ ଏକାଡେମୀ ପଡ଼ିଆରେ ଚାଲିଥିବା ‘ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଫୁଟ୍‌ବଲ ଲିଗ୍‌ରେ ରବିବାର ଦୁଇଟି ମ୍ୟାଚ ଖେଳାଯାଇଥିଲା। ପ୍ରଥମ ମ୍ୟାଚରେ ଆଡ୍‌ଡୋର ଏକାଡେମୀ (ସିନିୟର) ୨-୦ ଗୋଲ୍‌ରେ ଏସ୍‌ଜିଓ ନୂଆପଲ୍ଲୀକୁ ପରାସ୍ତ କରିଛି। ଦଳ ପକ୍ଷରୁ ଆଶିଷ ବରାଡ଼ (୨୬ତମ ମିନିଟ୍‌) ଏବଂ ଅଙ୍କିତ ଯାଦବ (୫୨ତମ ମିନିଟ) ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ। ଏହି ବିଜୟ ସହ ଆର୍‌ଡୋର୍‌ ଏକାଡେମୀର ଲିଗ୍‌ ପର୍ଯ୍ୟାୟ ମ୍ୟାଚ ଶେଷ ହୋଇଛି। ଦଳ ଏଥିରୁ ୮ ପଏଣ୍ଟ ଅର୍ଜନ କର କ୍ୱାର୍ଟରଫାଇନାଲକୁ ଉନ୍ନୀତ ହୋଇଛି। ଏହି ମ୍ୟାଚରେ ଜିଜ୍ଞାସୁ ମହାନ୍ତି ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହେବା ସହ ଅନୁଷ୍ଠାନର ଆଥଲେଟିକ୍‌ ସେକ୍ରେଟାରୀ ଗୁରୁ ପ୍ରସାଦ ପଟ୍ଟନାୟକଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ମ୍ୟାଚକୁ ଏସ୍‌. ଏସ୍‌. ବେଗ୍‌ ପରିଚାଳନା କରିଥିଲେ। ତାଙ୍କୁ ଆଲୋକ ଦେହୁରୀ ଓ ସୁଶାନ୍ତ ମିଶ୍ର ସହାୟତା କରିଥିଲେ। ଶିବ ସାମନ୍ତରୟ ଚତୁର୍ଥ ରେଫରି ଦାୟିତ୍ୱ ତୁଲାଇଥିଲେ। ପରେ ଝାରପଡ଼ା ଫୁଟ୍‌ବଲ କ୍ଲବ ଓ ନୀଲକମଲ କ୍ଲବ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୧-୧ରେ ଅମୀମାଂସିତ ଭାବେ ଶେଷ ହୋଇଛି। ଏହି ମ୍ୟାଚରେ ବଳଭଦ୍ର ସ୍ବାଇଁ ୨୭ତମ ମିନିଟ୍‌ରେ ଏକ ଗୋଲ୍‌ ସ୍କୋର କରି ନୀଲ କମଲକୁ ଅଗ୍ରଣୀ କରାଇଥିଲେ। ଦ୍ୱିତୀୟାର୍ଦ୍ଧରେ ଖେଳର ୫୮ତମ ମିନିଟ୍‌ରେ ସୌମେଶ ମହାନ୍ତିଙ୍କ ପେନାଲ୍ଟି କିକ୍‌ ଜରିଆରେ ଝାରପଡ଼ା ମ୍ୟାଚକୁ ୧-୧ରେ ବରାବର କରିଥିଲା। ଫଳରେ ଉଭୟ ଦଳ ପଏଣ୍ଟ ବଣ୍ଟୁଆରା କରିଛନ୍ତି। ଝରପଡ଼ର ଫୁଟ୍‌ବଲ କ୍ଲବର ରବୁ ମିଶ୍ର ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇ ପ୍ରାକ୍ତନ ସନ୍ତୋଷ ଟ୍ରଫି ଖେଳାଳି ତଥା କୋଚ୍‌ ଶଙ୍କର୍ସଣ ଜେନାଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ସୋମବାର ମ୍ୟାଚ ମୁକ୍ତେଶ୍ୱର ୟୁନାଇଟେଡ୍‌ ଓ ବୀର ବିର୍ସା ୟୁଥ୍‌ କ୍ଲବ ମଧ୍ୟରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri