ସାବତମା’ ମାଡ଼ରେ ଝିଅ, ପୁଅ ଗୁରୁତର

ଆଠଗଡ଼,୩୧।୧୦(ସତ୍ୟ ପ୍ରସାଦ ରଥ):କଟକ ଜିଲା ଆଠଗଡ଼ରେ ସାବତମା’ ମାଡ଼ରେ ପୁଅ, ଝିଅ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଉଭୟ ଭାଇ,ଭଉଣୀଙ୍କୁ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ ସାବତମା’ଙ୍କୁ ନେଇ ଆଠଗଡ଼ ଥାନାରେ ଅଟକ ରଖିଛି।
୪ ବର୍ଷ ପୂର୍ବେ ବାଙ୍କୀ ଥାନା ଅନ୍ତର୍ଗତ ପାଥପୁର ଅଞ୍ଚଳର ଜଣେ ବ୍ୟକ୍ତି ସମ୍ପୃକ୍ତା ମହିଳାଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ପ୍ରଥମ ସ୍ତ୍ରୀଙ୍କ ଗର୍ଭରୁ ଗୋଟିଏ ଲେଖାଏଁ ପୁଅ(୧୩) ଓ ଝିଅ(୧୦) ଥିବାବେଳେ ଦ୍ୱିତୀୟ ସ୍ତ୍ରୀଙ୍କ ଏକ କନ୍ୟା ସନ୍ତାନ(୨) ଅଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ପ୍ରଥମ ବିବାହ ବିଚ୍ଛେଦ ପାଇଁ କୋର୍ଟରେ ମାମଲା ବିଚାରାଧୀନ ରହିଛି। ପ୍ରଥମ ସ୍ତ୍ରୀ ଏବେ ତାଙ୍କ ବାପଘରେ ରହୁଛନ୍ତି। ଅଭିଯୁକ୍ତା ମହିଳା ସ୍ବାମୀଙ୍କ ସହ ଆଠଗଡ଼ ଏନ୍‌ଏସି ଉପକଣ୍ଠ ଷୋଳଘରିଆ ନିକଟରେ କିଛି ଦିନ ହେବ ଏକ ଭଡ଼ାଘରେ ରହୁଥିଲେ। ସେମାନଙ୍କ ପାଖରେ ପ୍ରଥମ ସ୍ତ୍ରୀଙ୍କ ପିଲା ଦୁହେଁ ରୁହନ୍ତି। ସମ୍ପୃକ୍ତ ବ୍ୟକ୍ତି ଗାଡି ଚାଳକ ଭାବେ କାମ କରନ୍ତି। ସୋମବାର ସେ ଏକ ବୋଲେରୋ ଗାଡ଼ିର ମରାମତି ପାଇଁ ଯାଇଥିଲେ। ଏହି ସମୟରେ ଅଭିଯୁକ୍ତା ମହିଳା ସ୍ବାମୀଙ୍କ ପ୍ରଥମ ସ୍ତ୍ରୀଙ୍କ ପୁଅ ଓ ଝିଅକୁ କୌଣସି କାରଣରୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏପରିକି ସେ ପିଲା ଦୁହଁିଙ୍କୁ ବେଲଣା (କାଠି), ଲୁହା ଖଡ଼ିକା, ସଣ୍ଢୁଆଶି ଆଦିରେ ମାଡ଼ ମାରି ଗୁରୁତର କରି ଦେଇଥିଲେ। ସ୍ଥାନୀୟ ଲୋକେ ଉଭୟ ପିଲାଙ୍କୁ ଉଦ୍ଧାର କରିଥିଲେ। ଏହି ଖବର ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ପାଥପୁର ଗ୍ରାମର ବହୁ ଲୋକେ ଓ ସମ୍ପୃକ୍ତ ବ୍ୟକ୍ତିଙ୍କ ସମ୍ପର୍କୀୟ ଭାଇମାନେ ଘଟଣାସ୍ଥଳରେ ପହଞ୍ଚତ୍ ପିଲାମାନଙ୍କୁ ସେମାନଙ୍କ ମା’ଙ୍କ ପାଖକୁ ପଠାଇଦେବା ପାଇଁ ପୋଲିସ ନିକଟରେ ଅନୁରୋଧ କରିଛନ୍ତି। ପୋଲିସ ଉଭୟ ପିଲାଙ୍କ ପ୍ରଥମ ମା’ଙ୍କ ପାଖକୁ ଖବର ପଠାଇଥିବାବେଳେ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିଲା। ଏ ସମ୍ପର୍କରେ ଆଠଗଡ଼ ଆରକ୍ଷୀ ଉପାଧ୍ୟକ୍ଷ ରବୀନ୍ଦ୍ରନାଥ ମଲ୍ଲିକ କହିଛନ୍ତି, ଆଠଗଡ଼ର ବିଭିନ୍ନ ଅଞ୍ଚଳରେ ସୋମବାର ଦଶହରା ଭସାଣି ଚାଲିଛି। ଗହଳି ଭାଙ୍ଗିବା ପରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?