Posted inଖେଳ

‘ବି’ ବର୍ଗରେ ଶାମ୍‌ ଆର୍‌. ଚାମ୍ପିୟନ

ଭୁବନେଶ୍ୱର, ୧୫।୬ (ତପନ ସ୍ବାଇଁ): କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଅନ୍ତର୍ଜାତୀୟ ଚେସ୍‌ ଫେଷ୍ଟିଭାଲର ‘ବି’ ବର୍ଗ ଟୁର୍ନାମେଣ୍ଟ ବୁଧବାର ଶେଷ ହୋଇଛି। ୧୦ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ତାମିଲନାଡ଼ୁର ଶାମ୍‌ ଆର. ୮.୫ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ଆନ୍ଧ୍ର ପ୍ରଦେଶର ଜ୍ଞାନ ସାଇ ସନ୍ତୋଷ ଏମ୍‌. ଓ ପଶ୍ଚିମବଙ୍ଗର ବସକ ବିଶାଲ ସମାନ ୮.୫ ପଏଣ୍ଟ ଲେଖାଏ ପାଇଥିଲେ ହେଁ ବୁକୋଲଜରେ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ପୁରସ୍କାର ଆକାରରେ ଏହି ୩ ପ୍ରତିଯୋଗୀଙ୍କୁ ଟ୍ରଫି ସହ ୬୦,୦୦୦, ୪୫,୦୦୦ ଓ ୩୫,୦୦୦ ଟଙ୍କା ପ୍ରଦାନ କରାଯାଇଛି। ‘ବି’ ବର୍ଗ ପ୍ରତିଯୋଗିତାରେ ୬ ଲକ୍ଷ ଟଙ୍କାର ପୁରସ୍କାର ରାଶିକୁ ୯୭ କୃତୀ ପ୍ରତିଯୋଗୀଙ୍କୁ ପ୍ରଦାନ କରାଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ୍‌ର ଚେୟାରପର୍ସନ ମୋନାଲିସା ବଳ, ସର୍ବଭାରତୀୟ ଚେସ୍‌ ଫେଡେରେଶନ (ଏଆଇସିଏଫ୍‌)ର କୋଷାଧ୍ୟକ୍ଷ ନରେଶ ଶର୍ମା, ଯୁଗ୍ମ ସମ୍ପାଦକ ରଞ୍ଜନ ମହାନ୍ତି, ମୁଖ୍ୟ ଆର୍ବିଟର ନୀତୀନ ଶେନଭି, ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ (ଏଓସିଏ) ସଭାପତି ଜି.ସି. ମହାପାତ୍ର ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri