ବରଗଡ଼ରେ ପୁଣି ୮ କରୋନା ପଜିଟିଭ୍‌: ୫୭୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୭।୮: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରପରିଷଦ ଅଧୀନ ୱାର୍ଡ ନଂ-୨ ବାଲିଟିକ୍ରା ରାସ୍ତା ପାର୍ଶ୍ବର ଜଣେ, ୱାର୍ଡ ନଂ-୮ ଭଟଲି ଛକସ୍ଥିତ ବ୍ୟାଙ୍କ ଅଫ ବରୋଦା ପଛପଟର ୩ଜଣ, ବରଗଡ଼ ବ୍ଲକ ବରାହଗୋଡା ଉପରପଡାର ୨ଜଣ, କଟାପାଲି କୁଲିତାପଡ଼ାର ଜଣେ ଏବଂ ସୋହେଲା ବ୍ଲକ ଛୁରିଆପାଲିର ଜଣେ ରହିଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଶୁକ୍ରବାର ଆକ୍ରାନ୍ତକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୯୪ ଜଣ ସୁସ୍ଥ ହୋଇ ଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ୧୮୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri