ବରଗଡ଼ରେ ପୁଣି ୧୫୪ ଜଣଙ୍କୁ କରୋନା, ଆକ୍ରାନ୍ତଙ୍କ ସଂଖ୍ୟା ୬ହଜାର ଟପିଲା

ବରଗଡ଼ ଅଫିସ,୨୭।୯: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଗତ କିଛିଦିନ ହେଲା, ପ୍ରତିଦିନ ଶହେରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ଏବଂ ଏହା ଜିଲାବାସୀଙ୍କ ପାଇଁ ଚିନ୍ତାଜନକ ହୋଇ ପଡିଛି। ରବିବାର ଜିଲାରେ ୧୫୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫୩ ଜଣ ମହିଳା ଓ ୧୦୧ ଜଣ ପୁରୁଷ ଅଛନ୍ତି। ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୦୯୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦୪୧ ଜଣ ସୁସ୍ଥ ହୋଇ ସାରିଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଆକ୍ରାନ୍ତମାନେ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଥିବା ସୂଚନା ଦିଆଯାଇଛି। ସେହିପରି ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ସହିତ ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା ଏବଂ ଜରୁରୀ କାମ ନ ଥିଲେ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri