ବରଗଡ଼ରେ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ

ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଗୁରୁବାର ସକାଳୁ କେନ୍ଦ୍ରୀୟ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ ଜାରି ରହିଛି। ଜିଲାର ବରଗଡ଼ ସହର ସମେତ ସୋହେଲା ଆଦି ଅଞ୍ଚଳର ପ୍ରାୟ ୮୦ ସ୍ଥାନରେ ଏହି ରେଡ୍‌ ଜାରି ରହିଛି। ବିପୁଳ ପରିମାଣରେ ଆୟକର ଫାଙ୍କିଥିବା ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି। ବରଗଡ଼ ଜିଲା ସୋହେଲା ରୋଡ଼ସ୍ଥିତ ବାଳଗୋପାଳ ଅଏଲ ମିଲ୍‌ ମାଲିକଙ୍କ ବାସଭବନ, ତାଙ୍କ ଫାର୍ମ ହାଉସରେ ଏହି ଚଢ଼ାଉ ଚାଲିଛି। ସେହିପରି ଏହି ପ୍ରତିଷ୍ଠାନର ମାଲିକଙ୍କ ସହିତ ଲିଙ୍କ୍‌ରେ ଥିବା ଅନେକ ବ୍ୟବସାୟୀ ଏବଂ ସେମାନଙ୍କ ବ୍ୟବସାୟିକ ପ୍ରତିଷ୍ଠାନରେ ଏକକାଳୀନ ଚଢାଉକୁ ନେଇ ଜିଲାବ୍ୟାପୀ ଜୋରଦାର୍‌ ଚର୍ଚ୍ଚା ଚାଲିଛି। ବରଗଡ଼ ମହାନ୍ତିପଡ଼ାସ୍ଥିତ ଗଜାନନ କମ୍ପ୍ଲେକ୍ସ, ମା’ ଶ୍ୟାମା ଏନ୍‌କ୍ଲେଭ୍‌ର ୧୦୫ ନମ୍ବର ଘରେ, ରିଏଲ ଇଷ୍ଟେଡ୍‌ କାରବାର କରୁଥିବା ବରଗଡ଼ର ବଡ଼ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଘରେ, ସୋହେଲାସ୍ଥିତ ଏକ ଔଷଧ ଦୋକାନରେ ଏପରି ଭିନ୍ନ ଭିନ୍ନ ଚଢ଼ାଉ ଜାରି ରହିଛି। ଚଢାଉ ଜାରି ରହିଥିବା ଯୋଗୁ ସବିଶେଷ ବିବରଣୀ ମିଳିପାରିନାହିଁ। ତେବେ ଆୟକର ଠକେଇରେ କେଉଁ ବ୍ୟବସାୟୀମାନେ ସମ୍ପୃକ୍ତ ଅଛନ୍ତି ଏବଂ କିଏ କେତେ ଟଙ୍କାର ଆୟକର ଫାଙ୍କିଛନ୍ତି, ଚଢ଼ାଉ ସରିବା ପରେ ହିଁ ସାମ୍ନାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri