ବରଗଡ଼ରେ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ

ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଗୁରୁବାର ସକାଳୁ କେନ୍ଦ୍ରୀୟ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ ଜାରି ରହିଛି। ଜିଲାର ବରଗଡ଼ ସହର ସମେତ ସୋହେଲା ଆଦି ଅଞ୍ଚଳର ପ୍ରାୟ ୮୦ ସ୍ଥାନରେ ଏହି ରେଡ୍‌ ଜାରି ରହିଛି। ବିପୁଳ ପରିମାଣରେ ଆୟକର ଫାଙ୍କିଥିବା ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି। ବରଗଡ଼ ଜିଲା ସୋହେଲା ରୋଡ଼ସ୍ଥିତ ବାଳଗୋପାଳ ଅଏଲ ମିଲ୍‌ ମାଲିକଙ୍କ ବାସଭବନ, ତାଙ୍କ ଫାର୍ମ ହାଉସରେ ଏହି ଚଢ଼ାଉ ଚାଲିଛି। ସେହିପରି ଏହି ପ୍ରତିଷ୍ଠାନର ମାଲିକଙ୍କ ସହିତ ଲିଙ୍କ୍‌ରେ ଥିବା ଅନେକ ବ୍ୟବସାୟୀ ଏବଂ ସେମାନଙ୍କ ବ୍ୟବସାୟିକ ପ୍ରତିଷ୍ଠାନରେ ଏକକାଳୀନ ଚଢାଉକୁ ନେଇ ଜିଲାବ୍ୟାପୀ ଜୋରଦାର୍‌ ଚର୍ଚ୍ଚା ଚାଲିଛି। ବରଗଡ଼ ମହାନ୍ତିପଡ଼ାସ୍ଥିତ ଗଜାନନ କମ୍ପ୍ଲେକ୍ସ, ମା’ ଶ୍ୟାମା ଏନ୍‌କ୍ଲେଭ୍‌ର ୧୦୫ ନମ୍ବର ଘରେ, ରିଏଲ ଇଷ୍ଟେଡ୍‌ କାରବାର କରୁଥିବା ବରଗଡ଼ର ବଡ଼ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଘରେ, ସୋହେଲାସ୍ଥିତ ଏକ ଔଷଧ ଦୋକାନରେ ଏପରି ଭିନ୍ନ ଭିନ୍ନ ଚଢ଼ାଉ ଜାରି ରହିଛି। ଚଢାଉ ଜାରି ରହିଥିବା ଯୋଗୁ ସବିଶେଷ ବିବରଣୀ ମିଳିପାରିନାହିଁ। ତେବେ ଆୟକର ଠକେଇରେ କେଉଁ ବ୍ୟବସାୟୀମାନେ ସମ୍ପୃକ୍ତ ଅଛନ୍ତି ଏବଂ କିଏ କେତେ ଟଙ୍କାର ଆୟକର ଫାଙ୍କିଛନ୍ତି, ଚଢ଼ାଉ ସରିବା ପରେ ହିଁ ସାମ୍ନାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?