ପୁଣି ଭଦ୍ରକରେ ୨୦ କରୋନା ଆକ୍ରାନ୍ତ ଚିହ୍ନଟ: ସଙ୍ଗରୋଧକୁ ବଳିଗଲା ସ୍ଥାନୀୟ ସଂକ୍ରମଣ

ଭଦ୍ରକ ଅଫିସ,୧।୮: ଭଦ୍ରକ ଜିଲାରେ ଶନିବାର ପୁଣି ୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୭କୁ ବୃଦ୍ଧି ପାଇଛି। ତେବେ ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮ ଜଣ ଥିବା ବେଳେ ୧୨ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଜିଲାରେ ଚିହ୍ନଟ ସମସ୍ତ ୬୨୭ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୮ ଜଣ ସୁସ୍ଥ ହୋଇଥିବା ବେଳେ ୧୦୭ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କ ମୃତ୍ୟୁ ଘଟିଛି।