ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କଳରବ

ରାଜନଗର,୪ା୭(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଏବେ ଦେଶୀୟ ପକ୍ଷୀଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି। ଭିତରକନିକାର ମଠଆଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଏବେ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ ଭିଡ଼ ଜମାଇ ସାରିଲେଣି। ଦେଶୀୟ ପକ୍ଷୀଙ୍କ କାକଳିରେ ଭିତରକନିକା ଏବେ କୋଳାହଳମୟ ହୋଇ ଉଠିଛି।

ଭିତରକନିକାକୁ ଜୁନ୍‌ ଶେଷ ଭାଗରୁ ଦେଶୀୟ ପକ୍ଷୀମାନଙ୍କ ଆଗମନ ହୋଇଥାଏ। ମା’ପକ୍ଷୀମାନେ ବସାରେ ଅଣ୍ଡାଦେଇ ଛୁଆ ଫୁଟାଇବା ପରେ ଛୁଆଙ୍କୁ ସାଥିରେ ଧରି ଅକ୍ଟୋବର ଶେଷ ସୁଦ୍ଧା ସେମାନଙ୍କ କର୍ମଭୂମିକୁ ଫେରି ଯାଇଥାନ୍ତି। ମୌସୁମୀର ଆଗମନରେ ଏହି ପକ୍ଷୀମାନେ ଖାଦ୍ୟ ସଂଗ୍ରହ, ବଂଶବିସ୍ତାର ଓ ଭିତରକନିକାରେ ରହିଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଏଠାକୁ ଛୁଟି ଆସନ୍ତି। ଜଳବାୟୁର ପରିବର୍ତ୍ତନ ଓ ବିଶ୍ୱତାପନର ପ୍ରଭାବ ଯୋଗୁ ଭିତରକନିକାର ଜୈବବିବିଧତା ପ୍ରଭାବିତ ହୋଇଛି। ଫଳରେ କ୍ରମାଗତ ଭାବେ ଭିତରକନିକାରେ ଦେଶୀୟ ପକ୍ଷୀ ଠିକଣା ବଦଳାଇବାରେ ଲାଗିଛନ୍ତି। ପୂର୍ବରୁ ବଗଗହନରେ ଦେଶୀୟ ପକ୍ଷୀମାନେ ଭିଡ଼ ଜମାଉଥିଲେ। ଗତ ୫ ବର୍ଷ ହେଲା ବଗଗହନଠାରୁ ୩ କିମି ଦୂର ମଠଆଡିଆରେ ଦେଶୀୟ ପକ୍ଷୀଙ୍କ କଳରବ ଶୁଭୁଛି।

୨୦୧୯ରୁ ମଠଆଡିଆ ସହିତ ଲକ୍ଷ୍ମୀପ୍ରସାଦଡିଆ ଓ ଦୁର୍ଗାପ୍ରସାଦଡିଆରେ ଦେଶୀୟ ପକ୍ଷୀମାନେ ଭିଡ଼ ଜମାଉଛନ୍ତି। ଗତବର୍ଷ ୧୦ ପ୍ରକାରର ୯୭,୮୬୬ ଦେଶୀୟ ପକ୍ଷୀ ଭିତରକନିକାରେ ଗଣନା କରାଯାଇଥିଲା। ଚଳିତବର୍ଷ ମୌସୁମୀ ଆରମ୍ଭରୁ ଅଧିକ ସଂଖ୍ୟାରେ ପକ୍ଷୀ ଭିତରକନିକାକୁ ଆସିବାରେ ଲାଗିଛନ୍ତି। ଭିତରକନିକାର ମଠଆଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଗେଣ୍ଡାଳିଆ, ପାଣିକୁଆ, ଖଇରା, ଅଞ୍ଜନା, ରାଣୀବଗ, ମଝିଆ ବଗ, ବଡବଗ, କାପରଖାଇ, ଅନ୍ଧାରିଆବଗ, ମାଛରଙ୍କା ପ୍ରଭୃତି ୧୦ ପ୍ରକାରର ଦେଶୀୟ ପକ୍ଷୀ ଭିଡ ଜମାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri