ଭିତରକନିକାରେ ୨୦୧୫ ବିଦେଶୀ ପକ୍ଷୀ ବଢ଼ିଲେ

ରାଜନଗର, ୧୪ା୧ (ଡି.ଏନ.ଏ.): ଚଳିତବର୍ଷ ବିଶ୍ୱର ଅନ୍ୟତମ ପକ୍ଷୀ ବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ବୁଧବାର ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାରେ ୧,୩୬,୦୯୨ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧,୩୮,୧୦୭ ପକ୍ଷୀ ଆସିଛନ୍ତି। ଅର୍ଥାତ ଗତବର୍ଷଠାରୁ ଚଳିତବର୍ଷ ଭିତରକନିକାକୁ ୨୦୧୫ ପକ୍ଷୀ ଅଧିକ ଆସିଥିବା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧୨୧ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧୪୪ ପ୍ରଜାତିର ପକ୍ଷୀ ଆସିଛନ୍ତି। ଚଳିତବର୍ଷ ଭିତରକନିକାରେ ବିରଳ କମନସେଲ ଡକ ପକ୍ଷୀଙ୍କୁ ଦେଖିବାକୁ ମିଳିଛି। ଏହି ପକ୍ଷୀ କମ ସଂଖ୍ୟାରେ ଦେଖା ଯାଇଥାନ୍ତି। ଚଳିତବର୍ଷ ଗ୍ରେବସ, ପେଲିକାନସ, କରମୋରାନ୍‌ଟସ ଆଣ୍ଡ ଡାର୍ଟର, ହେରନସ, ଏଗ୍ରେଟ୍ସ ଏବଂ ବିଟର୍ସ, ଷ୍ଟୋର୍କସ, ଇବିସେସ ଏବଂ ସ୍ପୁନବିଲ, ଫ୍ଲମିଙ୍ଗସ, ଗିଜ ଏବଂ ଡକସ, କ୍ରେନଓ, ରେଲସ ଏବଂ ଗାଲିନଲସ ଏବଂ କୁଟ, ଫିନଫୁଟ ଏବଂ ଜାକାନାସ, ସୋରବାର୍ଡ ୱାଡର୍ସ, ଗଲ୍‌ସ, ଟରନଓ ଏବଂ ସ୍କିନରସ ଏବଂ ଅନ୍ୟାନ୍ୟ ବିଦେଶୀ ପକ୍ଷୀ ଗଣନା ବେଳେ ଚିହ୍ନଟ କରାଯାଇଛି। ଗିଜ ଆଣ୍ଡ ଡକ୍‌ସ ଜାତୀୟ ୧୬ ପ୍ରଜାତିର ୫୯,୨୮୬ ପକ୍ଷୀ ଭିଡ ଜମାଇଛନ୍ତି। ଏହି ପକ୍ଷୀଗୁଡିକ ପ୍ରଚଣ୍ଡ ଶୀତ ଦାଉରୁ ରକ୍ଷା ପାଇବାକୁ ହିମାଳୟ ପାଦ ଦେଶ ଓ ଲଦାଖ, ସାଇବେରିଆ ଓ ଉତ୍ତର ଗୋଲାର୍ଦ୍ଧରୁ ଆସିଥିବା ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି।
ବୁଧବାର ୧୬ଟି ଟିମ୍‌ରେ ଭିତରକନିକା ଅଭୟାରଣ୍ୟର ମହାନଦୀ ଡେଲଟା ସମେତ ରାଇପାଟିଆ, ସାତଭାୟା ଘେରି, ସାତଭାୟାର ବିସ୍ତୀର୍ଣ୍ଣ ଆର୍ଦ୍ରଭୂମି, ଜମ୍ବୁ, ବତିଘର, ବରୁଣେଇ ମୁହାଣ, ପ୍ରହରାଜପୁର, କଂସାରିପାଟିଆ, ଖୋଳା, ନଳିତାପାଟିଆ, ଦୁର୍ଗାପୁରମୁହାଣ, ଲକ୍ଷ୍ମୀପ୍ରସାଦଡିଅଁ, କାଳିଭଞ୍ଜଡିଆଁ, ମଗରକନ୍ଦା, ଚିଞ୍ଚତ୍ରି ମାଉଥ, ଚିତଉକୋଲ୍ଲା, ଭିତରକନିକା ମାଉଥ, ଏକମାଣିଆ, ରାଜଗଡ଼ ପ୍ରଭୃତି ସ୍ଥାନରେ ଏହି ଗଣନା କାର୍ଯ୍ୟ କରାଯାଇଥିଲା। ଅଞ୍ଚଳରେ ଭିଡ଼ ଜମାଇଥିବା ବିଦେଶାଗତ ପକ୍ଷୀଙ୍କ ଗଣନା କରାଯାଇଥିଲା। ଡିଏଫ୍‌ଓ ଡ. ପତିଙ୍କ ସହିତ ସମସ୍ତ ରେଞ୍ଜ ଅଫିସର, ବନ କର୍ମଚାରୀ, ପକ୍ଷୀ ବିଶାରଦ ବିଜୟ କୁମାର ଦାଶଙ୍କ ସହିତ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଓଡ଼ିଶା କୃଷି ଓ ବୈଷୟିକ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଏହି ଗଣନା କାର୍ଯ୍ୟରେ ସାମିଲ ହୋଇଥିଲେ। ସାଧାରଣତଃ ଖୋଲା ଜାଗା, ଧାନ ବିଲ, ନଦୀ ପଠା ଓ ଜଳାଶୟଗୁଡ଼ିକରେ ଅଧିକ ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କୁ ଦେଖିବାକୁ ମିଳିଛି। ଗତ ୧୪ ବର୍ଷର ଭିତରକନିକାରେ ଭିଡ ଜମାଇଥିବା ବିଦେଶୀ ପକ୍ଷୀଙ୍କ ଗଣନା ରିପୋର୍ଟ ଅନୁସାରେ ଚଳିତବର୍ଷ ସର୍ବାଧିକ ବିଦେଶୀ ପକ୍ଷୀ ଭିଡ଼ ଜମାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri