ଭିତରକନିକାରେ ୨୦୧୫ ବିଦେଶୀ ପକ୍ଷୀ ବଢ଼ିଲେ

ରାଜନଗର, ୧୪ା୧ (ଡି.ଏନ.ଏ.): ଚଳିତବର୍ଷ ବିଶ୍ୱର ଅନ୍ୟତମ ପକ୍ଷୀ ବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ବୁଧବାର ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାରେ ୧,୩୬,୦୯୨ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧,୩୮,୧୦୭ ପକ୍ଷୀ ଆସିଛନ୍ତି। ଅର୍ଥାତ ଗତବର୍ଷଠାରୁ ଚଳିତବର୍ଷ ଭିତରକନିକାକୁ ୨୦୧୫ ପକ୍ଷୀ ଅଧିକ ଆସିଥିବା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧୨୧ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧୪୪ ପ୍ରଜାତିର ପକ୍ଷୀ ଆସିଛନ୍ତି। ଚଳିତବର୍ଷ ଭିତରକନିକାରେ ବିରଳ କମନସେଲ ଡକ ପକ୍ଷୀଙ୍କୁ ଦେଖିବାକୁ ମିଳିଛି। ଏହି ପକ୍ଷୀ କମ ସଂଖ୍ୟାରେ ଦେଖା ଯାଇଥାନ୍ତି। ଚଳିତବର୍ଷ ଗ୍ରେବସ, ପେଲିକାନସ, କରମୋରାନ୍‌ଟସ ଆଣ୍ଡ ଡାର୍ଟର, ହେରନସ, ଏଗ୍ରେଟ୍ସ ଏବଂ ବିଟର୍ସ, ଷ୍ଟୋର୍କସ, ଇବିସେସ ଏବଂ ସ୍ପୁନବିଲ, ଫ୍ଲମିଙ୍ଗସ, ଗିଜ ଏବଂ ଡକସ, କ୍ରେନଓ, ରେଲସ ଏବଂ ଗାଲିନଲସ ଏବଂ କୁଟ, ଫିନଫୁଟ ଏବଂ ଜାକାନାସ, ସୋରବାର୍ଡ ୱାଡର୍ସ, ଗଲ୍‌ସ, ଟରନଓ ଏବଂ ସ୍କିନରସ ଏବଂ ଅନ୍ୟାନ୍ୟ ବିଦେଶୀ ପକ୍ଷୀ ଗଣନା ବେଳେ ଚିହ୍ନଟ କରାଯାଇଛି। ଗିଜ ଆଣ୍ଡ ଡକ୍‌ସ ଜାତୀୟ ୧୬ ପ୍ରଜାତିର ୫୯,୨୮୬ ପକ୍ଷୀ ଭିଡ ଜମାଇଛନ୍ତି। ଏହି ପକ୍ଷୀଗୁଡିକ ପ୍ରଚଣ୍ଡ ଶୀତ ଦାଉରୁ ରକ୍ଷା ପାଇବାକୁ ହିମାଳୟ ପାଦ ଦେଶ ଓ ଲଦାଖ, ସାଇବେରିଆ ଓ ଉତ୍ତର ଗୋଲାର୍ଦ୍ଧରୁ ଆସିଥିବା ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି।
ବୁଧବାର ୧୬ଟି ଟିମ୍‌ରେ ଭିତରକନିକା ଅଭୟାରଣ୍ୟର ମହାନଦୀ ଡେଲଟା ସମେତ ରାଇପାଟିଆ, ସାତଭାୟା ଘେରି, ସାତଭାୟାର ବିସ୍ତୀର୍ଣ୍ଣ ଆର୍ଦ୍ରଭୂମି, ଜମ୍ବୁ, ବତିଘର, ବରୁଣେଇ ମୁହାଣ, ପ୍ରହରାଜପୁର, କଂସାରିପାଟିଆ, ଖୋଳା, ନଳିତାପାଟିଆ, ଦୁର୍ଗାପୁରମୁହାଣ, ଲକ୍ଷ୍ମୀପ୍ରସାଦଡିଅଁ, କାଳିଭଞ୍ଜଡିଆଁ, ମଗରକନ୍ଦା, ଚିଞ୍ଚତ୍ରି ମାଉଥ, ଚିତଉକୋଲ୍ଲା, ଭିତରକନିକା ମାଉଥ, ଏକମାଣିଆ, ରାଜଗଡ଼ ପ୍ରଭୃତି ସ୍ଥାନରେ ଏହି ଗଣନା କାର୍ଯ୍ୟ କରାଯାଇଥିଲା। ଅଞ୍ଚଳରେ ଭିଡ଼ ଜମାଇଥିବା ବିଦେଶାଗତ ପକ୍ଷୀଙ୍କ ଗଣନା କରାଯାଇଥିଲା। ଡିଏଫ୍‌ଓ ଡ. ପତିଙ୍କ ସହିତ ସମସ୍ତ ରେଞ୍ଜ ଅଫିସର, ବନ କର୍ମଚାରୀ, ପକ୍ଷୀ ବିଶାରଦ ବିଜୟ କୁମାର ଦାଶଙ୍କ ସହିତ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଓଡ଼ିଶା କୃଷି ଓ ବୈଷୟିକ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଏହି ଗଣନା କାର୍ଯ୍ୟରେ ସାମିଲ ହୋଇଥିଲେ। ସାଧାରଣତଃ ଖୋଲା ଜାଗା, ଧାନ ବିଲ, ନଦୀ ପଠା ଓ ଜଳାଶୟଗୁଡ଼ିକରେ ଅଧିକ ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କୁ ଦେଖିବାକୁ ମିଳିଛି। ଗତ ୧୪ ବର୍ଷର ଭିତରକନିକାରେ ଭିଡ ଜମାଇଥିବା ବିଦେଶୀ ପକ୍ଷୀଙ୍କ ଗଣନା ରିପୋର୍ଟ ଅନୁସାରେ ଚଳିତବର୍ଷ ସର୍ବାଧିକ ବିଦେଶୀ ପକ୍ଷୀ ଭିଡ଼ ଜମାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri