Odisha Elections 2024

ଭିତରକନିକାରେ ଗତବର୍ଷଠାରୁ ଅଧିକ ୭,୭୯୭ ଦେଶୀୟ ପକ୍ଷୀ

ରାଜନଗର, ୧୨ା୯ (ଭାସ୍କର ରାଉତରାୟ): ପକ୍ଷୀ ବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ଆଗନ୍ତୁକ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ହୋଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ୨୦୨୨ଠାରୁ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକାରେ ୧,୧୬,୦୭୦ ଦେଶୀୟ ପକ୍ଷୀ ଭିଡ ଜମାଇଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧,୨୩,୮୬୭କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ଚଳିତ ବର୍ଷ ୭,୭୯୭ ଅଧିକ ସଂଖ୍ୟକ ପକ୍ଷୀ ଭିତରକନିକାରେ ଭିଡ ଜମାଇଛନ୍ତି। ଚଳିତବର୍ଷ ୧୭୬୦ଗଛରେ ୨୬,୧୧୮ ବସାରେ ଏହି ପକ୍ଷୀଙ୍କୁ ଗଣନା କରାଯାଇଛି ବୋଲି ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ଚଳିତ ମାସ ୩ ତାରିଖରୁ ୭ ତାରିଖ ଯାଏଁ ୫ ଦିନ ଧରି ଭିତରକନିକାର ମଠଆଡିଆ, ଲକ୍ଷ୍ମୀପ୍ରସାଦଡିଆ, ଦୁର୍ଗାପ୍ରସାଦଡିଆ ସମେତ ରାଜନଗର ରେଞ୍ଜର ବ୍ରାହ୍ମଣୀ ନଦୀ ମଧ୍ୟରେ ଥିବା ବାଲିଡିଆ ଆଇଲ୍ୟାଣ୍ଡରେ ପକ୍ଷୀ ଗଣନା କରାଯାଇଥିଲା। ଭିତରକନିକା ଇତିହାସରେ ପ୍ରଥମଥର ପାଇଁ ଜାତୀୟ ଉଦ୍ୟାନ ବାହାରେ ଦେଶୀୟ ପକ୍ଷୀଙ୍କ ଠିକଣା ଠାବ କରାଯିବା ସହ ତା’ର ଗଣନା କରାଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ବନ ବିଭାଗର ୪ଟି ଟିମ ପକ୍ଷୀ ଗଣନା କରିଥିବା ବେଳେ ଭିତରକନିକା ଜାତୀୟ ଉଦ୍ୟାନ ବାହାରେ ଗୋଟିଏ ଟିମ୍‌ ପକ୍ଷୀ ଗଣନା କରିଥିଲେ। ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ ୧୦ ପ୍ରକାର ପକ୍ଷୀଙ୍କ ସମାଗମ ହୋଇଛି। ପକ୍ଷୀଗୁଡିକ ମଧ୍ୟରେ ଗେଣ୍ଡାଳିଆ, ରାଣୀବଗ, ମଝିଆବଗ, ଛୋଟବଗ, ଖଇରାବଗ, ମାଟିଆବଗ, ପାଣିକୁଆ, ଅନ୍ଧାରିଆବଗ, କାପରଖାଇ, ଦାବେଣ୍ଟିଆ ପ୍ରଭୃତି ପକ୍ଷୀଙ୍କୁ ଚିହ୍ନଟ କରାଯାଇଛି। ଏହି ଗଣନା କାର୍ଯ୍ୟ କନିକା ରେଞ୍ଜ ଅଫିସର ମାନସ କୁମାର ଦାସଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ବନପାଳ ନବୀନ କୁମାର ମଲ୍ଲିକ, ପ୍ରଶାନ୍ତ ସିଂ, ବନରକ୍ଷୀ ସୁନିଲ ରଞ୍ଜନ ରାଉତରାୟ, ଶ୍ରୀରାମ ହେମନ୍ତ ପାଣିଗ୍ରାହୀଙ୍କ ନେତୃତ୍ୱରେ ୪ଟି ଟିମ୍‌ ଜାତୀୟ ଉଦ୍ୟାନ ମଧ୍ୟରେ ଦେଶୀୟ ପକ୍ଷୀଙ୍କ ଗଣନା କରିଥିବା ବେଳେ ଏସିଏଫ ପୁନମହୀରା ହଁାସଦା, ଗଗନ କୁମାର ମଲ୍ଲିକ, ରେଞ୍ଜ ଅଫିସର ଚିତ୍ତ ରଞ୍ଜନ ବେଉରା ଓ ଫରେଷ୍ଟର ବିଜୟ କୁମାର ପାତ୍ରଙ୍କ ନେତୃତ୍ୱରେ ବନ ବିଭାଗ ଟିମ୍‌ ପକ୍ଷୀଙ୍କ ନୂତନ ଠିକଣା ଗଣନା କାର୍ଯ୍ୟ କରିଥିଲେ।
ସୂଚନାଯୋଗ୍ୟ ଜୁନ୍‌ ଶେଷ ଭାଗରୁ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ପକ୍ଷୀମାନେ ବସାରେ ଅଣ୍ଡା ଦେଇ ଛୁଆ ଫୁଟାଇବା ପରେ ଛୁଆମାନଙ୍କୁ ସାଙ୍ଗରେ ଧରି ଅକ୍ଟୋବର ଶେଷ ସୁଦ୍ଧା ସେମାନଙ୍କ କର୍ମଭୂମିକୁ ଫେରିଯିବେ। ମୌସୁମୀର ଆଗମନରେ ଏହି ପକ୍ଷୀମାନେ ଖାଦ୍ୟ ସଂଗ୍ରହ, ବଂଶବିସ୍ତାର ଓ ଭିତରକନିକାରେ ରହି ଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଦେଶୀୟ ପକ୍ଷୀମାନେ ଏଠାକୁ ଛୁଟି ଆସନ୍ତି। କ୍ରମାଗତ ଭାବେ ଭିତରକନିକା ଦେଶୀୟ ପକ୍ଷୀ ଠିକଣା ବଦଳାଇବାରେ ଲାଗିଛନ୍ତି। ୧୯୭୨ରେ କାଳିଭଞ୍ଜଡିଆରେ ଦେଶୀୟ ପକ୍ଷୀ ଭିଡ଼ ଜମାଉ ଥିଲେ। ୧୯୮୧ରେ କାଳିଭଞ୍ଜଡିଆ ପରିବର୍ତ୍ତେ ଶୁଆଯୋରରେ ବସା ବାନ୍ଧି ଥିଲେ। ୧୯୮୮ରେ ଶୁଆଯୋରରୁ ଠିକଣା ବଦଳାଇ ବଗଗହନକୁ ସ୍ଥାୟୀ ଠିକଣା କରିଥିଲେ ଦେଶୀୟ ପକ୍ଷୀ। ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ବର୍ଷ ଧରି ଦେଶୀୟ ପକ୍ଷୀଙ୍କ ସ୍ଥାୟୀ ଠିକଣା ହୋଇଥିଲା ବଗଗହନ। ଦେଶୀୟ ପକ୍ଷୀଙ୍କ କାକଳି ସହିତ ବସା ବାନ୍ଧିବା, କାଠିକୁଟା ଧରି ଉଡ଼ିବାର ଅପୂର୍ବ ଦୃଶ୍ୟକୁ ଦେଖିବା ପାଇଁ ପର୍ଯ୍ୟଟକମାନଙ୍କର ସୁବିଧା ନିମିତ ସେଠାରେ ୧୯୯୫ରେ ୱାଚ ଟାୱାର ନିର୍ମାଣ ହୋଇଛି। ପର୍ଯ୍ୟଟକମାନେ ୱାଚ ଟାୱାର ଉପରେ ଚଢ଼ି ଏକା ସମୟରେ ଗୋଟିଏ ସ୍ଥାନରେ ଲକ୍ଷାଧିକ ପକ୍ଷୀ ଦେଖିବାର ମଜା ନେଇଥାନ୍ତି। ୨୦୧୫ରେ ବଗଗହନରେ ଦେଶୀୟ ପକ୍ଷୀଙ୍କ ସଂଖ୍ୟା କମିଥିଲା। ୨୦୧୬ରୁ ମଠଆଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇଥିଲେ। ଗତ ୩ ବର୍ଷ ହେଲା ମଠଆଡିଆ ସହ ଲକ୍ଷ୍ମୀପ୍ରସାଦଡ଼ିଆ ଓ ଦୁର୍ଗାପ୍ରସାଦଡ଼ିଆରେ ଦେଶୀୟ ପକ୍ଷୀମାନେ ବସା ବାନ୍ଧୁ ଆସୁଥିଲେ। ମାତ୍ର ଜଳବାୟୁର ପରିବର୍ତ୍ତନ ଏବଂ ବିଶ୍ୱତାପନର ପ୍ରଭାବରେ ଦେଶୀୟ ପକ୍ଷୀମାନଙ୍କର ଖାଦ୍ୟ ଏବଂ ବାସସ୍ଥାନ ଉପଯୁକ୍ତ ନ ହେବାରୁ ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନର ବାହାରେ ପ୍ରଥମଥର ପାଇଁ ଦେଶୀୟ ପକ୍ଷୀଙ୍କ ନୂଆ ଠିକଣା ଠାବ କରାଯାଇଛି। ରାଜନଗର ବ୍ଲକ ଓ ଆଳି ବ୍ଲକର ମଧ୍ୟସ୍ଥଳୀ ବ୍ରାହ୍ମଣୀ ନଦୀର ଏକମାଣିଆଠାରେ ନଦୀ ଭିତରେ କିଛିବର୍ଷ ଭିତରେ ସୃଷ୍ଟି ହୋଇଥିବା ବାଲିଡିଆ ଆଇଲ୍ୟାଣ୍ଡରେ ଏବେ ଦେଶୀୟ ପକ୍ଷୀଙ୍କ କାକଳି ଶୁଭୁଛି। ୧୫ ହେକ୍ଟର ପରିମିତ ଏହି ଡିଆରେ ଆପେ ଆପେ ଲୁଣା ଜଙ୍ଗଲ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା...

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri