ଭୁବନେଶ୍ୱରରେ ୧.୪% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର, ୩।୮(ବ୍ୟୁରୋ)-ଭୁବନେଶ୍ୱରରେ ସେରୋଲୋଜିକାଲ୍‌ ସର୍ଭେ ସରିଛି। ଏଠାରେ ୧.୪% ଲୋକଙ୍କ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବା ଆଣ୍ଟିବଡି ସୃଷ୍ଟି ହୋଇଛି। ଏନେଇ ସୋମବାର ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା.ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂକ୍ରମଣ ହାର, ସ୍ଥିତି ଓ ଆଣ୍ଟିବଡି ଅଗ୍ରଗତି ଜାଣିବାକୁ ସର୍ଭେ ହେଉଛି। ଭୁବନେଶ୍ୱରରେ କମ୍ୟୁନିଟି ଓ ହାଇରିସ୍କ ସେରୋ ସର୍ଭେ ସରିଛି। ଶହେ ବ୍ୟକ୍ତିଙ୍କ ମଧ୍ୟରେ ୧.୪ ଜଣଙ୍କର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଛି। ସେହିପରି ହାଇରିସ୍କ ଗ୍ରୁପରେ ମଧ୍ୟ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଖାପାଖି ସମାନ ରହିଛି। ରାଜଧାନୀରେ ଜୁନ୍‌ ମାସର ସଂକ୍ରମଣ ଜାଣିବାକୁ ଜୁଲାଇରେ ସର୍ଭେ ହୋଇଥିଲା। ଅଗଷ୍ଟ ମଧ୍ୟ ଭାଗରେ ୨ୟ ପର୍ଯ୍ୟାୟ ସେରୋ ସର୍ଭେ ହେବ। ଏହା ବହୁତ ଗୁରୁତ୍ୱପୂର୍ଣ୍ଣ। କାରଣ ଏହା ଜୁଲାଇ ମାସର ସଂକ୍ରମଣ ସମ୍ପର୍କରେ ଜଣାପଡ଼ିବ। ସେପଟେ ପୁରୀ ଓ ଭୁବନେଶ୍ୱର ପରେ ସୋମବାର ବ୍ରହ୍ମପୁର ସହରରେ ସେରୋ ସର୍ଭେ ଆରମ୍ଭ ହୋଇଛି। ଉଭୟ ହାଇରିସ୍କ ଓ କମ୍ୟୁନିଟି ଗ୍ରୁପ୍‌କୁ ଟାର୍ଗେଟ୍‌ କରାଯାଇଛି। ଏଠାରେ ୨,୫୦୦ ଟାର୍ଗେଟ ଥିବାବେଳେ ୧,୫୦୦ କମ୍ୟୁନିଟି ଓ ୧୦୦୦ ହାଇରିସ୍କ ଗ୍ରୁପରୁ ନମୁନା ସଂଗ୍ରହ କରାଯିବାର ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri