ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ସୃଷ୍ଟି ହୋଇଛି ଆଣ୍ଟିିବଡ଼ି

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ)- ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ତୃତୀୟ ପର୍ଯ୍ୟାୟ ସେରୋଲୋଜିକାଲ ସର୍ଭେ ତଥ୍ୟରୁ ଏହା ଜଣାପଡ଼ିଛି ବୋଲି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି ଶୁକ୍ରବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱରରେ ବର୍ତ୍ତମାନ ୫୦ ପ୍ରତିଶତ ଲୋକଙ୍କୁ କରୋନା ସଂକ୍ରମଣ ହୋଇସାରିଲାଣି। ଏହା ସଂସ୍ପର୍ଶରେ ଆସିବା ପରେ ଲୋକଙ୍କ ଦେହରେ ଆଣ୍ଟିବଡ଼ି ବିକଶିତ ହୋଇଛି। ଜୁଲାଇ ୧୧ରେ ହୋଇଥିବା ପ୍ରଥମ ସର୍ଭେରେ ମାତ୍ର ୧.୪୨% ଲୋକଙ୍କଠାରେ ଆଣ୍ଟିବଡି ଥିଲା। ଅଗଷ୍ଟ ୨୮ ଦ୍ୱିତୀୟ ସର୍ଭେରେ ୫.୧% ଲୋକଙ୍କ ଦେହରେ ଆଣ୍ଟିବଡି ସୃଷ୍ଟି ହୋଇଥିଲା। ଅକ୍ଟୋବର ୧୬ରୁ ୧୮ ମଧ୍ୟରେ ହୋଇଥିଲା ୩ୟ ପର୍ଯ୍ୟାୟ ସେରୋ ସର୍ଭେ ୨୫ଟି ୱାର୍ଡରୁ ୧୪୦୩ ସାମ୍ପଲକୁ ନିଆଯାଇ ପରୀକ୍ଷା କରାଯାଇଥିଲା। ୫୫ ନମ୍ବର ୱାର୍ଡରୁ ସର୍ବନିମ୍ନ ୨୮% ଓ ୧୬ରୁ ସର୍ବାଧିକ ୬୩% ମିଳିଥିଲା। ଏହା ମଧ୍ୟରୁ କେବେଳ ୫ଟି ୱାର୍ଡରେ ଆଣ୍ଟିବଡି ବିକଶିତ ଲୋକଙ୍କ ସଂଖ୍ୟା ୬୦%ରୁ ଅଧିକ ରହିଛି। ସର୍ଭେ ଅନୁସାରେ ଏପର୍ଯ୍ୟନ୍ତ ଆହୁରି ୫୦% ଲୋକଙ୍କୁ କରୋନା ସଂକ୍ରମଣ ହୋଇନାହିଁ। ଏମାନଙ୍କ ଦେହରେ ଆଣ୍ଟିବଡ଼ି ବିକଶିତ କରିନାହିଁ। ତେଣୁ ଏହି ଲୋକେ ଏବେ ବି ସମ୍ବେଦନଶୀଳ ଅବସ୍ଥାରେ ଅଛନ୍ତି। ସେଥିପ୍ରତି ସେମାନେ ଅଧିକ ଯତ୍ନବାନ ହୋଇ ସାମାଜିକ ଦୂରତ୍ୱ ଓ ମାସ୍କ ଆଦି ନିୟମକୁ କଡ଼ାକଡ଼ି ପାଳନ କରିବାକୁ ଡାକ୍ତର ପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri