ଭୁବନେଶ୍ୱର, କଟକରେ ପୂର୍ଣ୍ଣ କ୍ଷମତାରେ ଚାଲିବ ସରକାରୀ ଅଫିସ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଫେବ୍ରୁଆରୀ ୧ରୁ କଟକ ଓ ଭୁବନେଶ୍ୱର (ଟ୍ବିନ୍‌ସିଟି)ରେ ଥିବା ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଏବଂ ଅଧସ୍ତନ କାର୍ଯ୍ୟାଳୟ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରିବ। ସମସ୍ତ ଅଧିକାରୀ ଓ କର୍ମଚାରୀ ଅଫିସ୍‌ ଆସିବେ। ତେବେ ଶନିବାର ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ସମସ୍ତ କର୍ମଚାରୀ କଡ଼ାକଡ଼ି ଭାବେ କୋଭିଡ୍‌ ନିୟମାବଳୀ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଫିସ୍‌ର କୌଣସି କର୍ମଚାରୀଙ୍କ ଠାରେ କୋଭିଡ୍‌ ସଂକ୍ରମଣ ଲକ୍ଷଣ ଦେଖାଦେଲେ ସମ୍ପୃକ୍ତ କାର୍ଯ୍ୟାଳୟ ସରକାରଙ୍କ ପ୍ରୋଟୋକଲକୁ ଅନୁପାଳନ କରିବା ପାଇଁ କୁହାଯାଇଛି। କର୍ମଚାରୀଙ୍କ ଶତପ୍ରତିଶତ ଉପସ୍ଥାନ ରହୁଥିବାବେଳେ ଶାରୀରିକ ଦୂରତା ରକ୍ଷା କରିବାକୁ ବାଧ୍ୟତାମୂଳକ କରାଯାଇଛି। ଆବଶ୍ୟକସ୍ଥଳେ କର୍ମଚାରୀଙ୍କ କ୍ଷମତାକୁ ନିୟନ୍ତ୍ରିତ କରାଯାଇପାରିବ ବୋଲି ନିର୍ଦ୍ଦେଶନାମାରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri