ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ ଉଦ୍‌ଘାଟନ କରି ସୀମାନ୍ତ ଗ୍ରାମବାସୀଙ୍କ ପାଇଁ ସମର୍ପିତ କରି
ବିଭିନ୍ନ ଶିକ୍ଷା ଅନୁଷ୍ଠାନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ ।
ସୂଚନା ମୁତାବକ ଶନିବାର ସ୍ଥାନୀୟ ବ୍ଲକ ପ୍ରଶାସନ ଯଥା ବଡିଓ ରାମକ୍ରିଷ୍ଣା ନାୟକ, ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ ଏବଂ କୋଟିଆ ପଞ୍ଚାୟତ ପାଇଁ ସ୍ବତନ୍ତ୍ର ଭାବେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ପାଇଥିବା ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ ଓଏସଡି ସୌରଭ ଦାସ ପ୍ରମୁଖଙ୍କ ସହ ଅନ୍ୟ ଅଧିକାରୀ ଗଣ ସରପଞ୍ଚ ଲିଊ ଗେମେଲଙ୍କୁ ନେଇ ସୀମାନ୍ତ ଗ୍ରାମ ଗୁଡ଼ିକକୁ ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମର ସ୍ଥିତି ଅନୁଧ୍ୟାନ କରିଥିଲେ । ଏହି ସମୟରେ ବ୍ଲକ ପ୍ରଶାସନ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡ଼ିଶା  କାର୍ଯ୍ୟକ୍ରମ ଦ୍ୱାରା ୫ ଲକ୍ଷ୍ୟ ଅନୁଦାନ ଖର୍ଚ୍ଚରେ ନିର୍ମିଣ ହୋଇଥିବା ଗୋଷ୍ଠୀ କେନ୍ଦ୍ରିକୁ ଉଦଘାଟନ କରିଥିଲେ ।
ସୀମାନ୍ତ ଏହି ସୁବିଧା ଏକ ଗୁରୁତ୍ୱପୂର୍ଣ୍ଣ ସାମୁହିକ ସମ୍ପତ୍ତି ଭାବରେ କାର୍ଯ୍ୟ କରିବା ସହ ଗ୍ରାମବାସୀ ମାନଙ୍କୁ ସାମାଜିକ, ସାଂସ୍କୃତିକ ଏବଂ ବିକାଶମୂଳକ କାର୍ଯ୍ୟକଳାପ ଆୟୋଜନ କରିବାରେ ଅନେକ ସହାୟକ ହେବ ବୋଲି ଲକ୍ଷ ରଖାଯାଇଛି। ଏହାପରେ ଉପସ୍ଥିତ ସମସ୍ତ ପ୍ରଶାସନିକ ଅଧିକାରୀ ପଞ୍ଚାୟତର ଅନ୍ୟତମ ସୀମାନ୍ତ ଗ୍ରାମ  ଧୂଲିପଦର ଏବଂ ଉପର ସେମ୍ବିରେ ଥିବା ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ  ଆଲୋଚନା କରି ପାଠପଢା ଏବଂ ମଧ୍ୟାହ୍ନ ଭୋଜନ ସମ୍ପର୍କରେ ପଚାରି ବୁଝିଥିଲେ । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରହୁଥିବା ପିଲାମାନଙ୍କ ଆବଶ୍ୟକତା ପ୍ରତି ବିଶେଷ ଧ୍ୟାନ ଦେଇ ଗୁଣାତ୍ମକ ଶିକ୍ଷା, ପୁଷ୍ଟିସାର, ସ୍ବାସ୍ଥ୍ୟ ଏବଂ ସାମଗ୍ରିକ ଶିଶୁ ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ ଉକ୍ତ ଅଧିକାରୀମାନେ। ଚ୍ୟାଲେଞ୍ଜିଂ ଭୌଗୋଳିକ ପରିସ୍ଥିତିରେ କାର୍ଯ୍ୟ କରୁଥିବା ଶିକ୍ଷକ ଏବଂ ଅଙ୍ଗନଓ୍ବାଡି କର୍ମୀଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ ।
ଏହି କ୍ଷେତ୍ର ପରିଦର୍ଶନ ଶେଷ ମାଇଲ ପର୍ଯ୍ୟନ୍ତ ସରକାରୀ ସେବା ଯୋଗାଣକୁ ସୁଦୃଢ଼ କରିବା, ସାର୍ବଜନୀନ ଭିତ୍ତିଭୂମିରେ ଉନ୍ନତି ଆଣିବା ଏବଂ କୋଟିଆ ସୀମାନ୍ତ ଗ୍ରାମଗୁଡ଼ିକର ବାସିନ୍ଦାଙ୍କ ମଧ୍ୟରେ ବିଶ୍ୱାସ ବୃଦ୍ଧି କରିବା ପାଇଁ ପ୍ରଶାସନର ପ୍ରତିବଦ୍ଧତାକୁ ପ୍ରତିଫଳିତ ହେବ ବୋଲି ଦୃଢକ୍ତି ପ୍ରକାଶ କରିଥିଲେ। ବ୍ଲକର ପ୍ରଶାସନିକ ଗସ୍ତ ସମୟରେ ପଞ୍ଚାୟତର ଏଇ ଅଜୟ ରାମ ତରାଇ, ତହସିଲ ସୁପ୍ରଭାଇଜର ଗୁପ୍ତ ପ୍ରସାଦ ତ୍ରିପାଠୀ , ପିଇଓ କଣ୍ଡା ଗଲରୀ ଏବଂ ଡିଇଓ ସୁକାନ୍ତ ରୁଡି ପ୍ରମୁଖଙ୍କ ସହ ସୀମାନ୍ତ ଗ୍ରାମ ଗୁଡିକର କିଛି ମୁଖିଆ ଉପସ୍ଥିତ ରହିଥିଲେ ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri