ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ ଉଦ୍‌ଘାଟନ କରି ସୀମାନ୍ତ ଗ୍ରାମବାସୀଙ୍କ ପାଇଁ ସମର୍ପିତ କରି
ବିଭିନ୍ନ ଶିକ୍ଷା ଅନୁଷ୍ଠାନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ ।
ସୂଚନା ମୁତାବକ ଶନିବାର ସ୍ଥାନୀୟ ବ୍ଲକ ପ୍ରଶାସନ ଯଥା ବଡିଓ ରାମକ୍ରିଷ୍ଣା ନାୟକ, ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ ଏବଂ କୋଟିଆ ପଞ୍ଚାୟତ ପାଇଁ ସ୍ବତନ୍ତ୍ର ଭାବେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ପାଇଥିବା ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ ଓଏସଡି ସୌରଭ ଦାସ ପ୍ରମୁଖଙ୍କ ସହ ଅନ୍ୟ ଅଧିକାରୀ ଗଣ ସରପଞ୍ଚ ଲିଊ ଗେମେଲଙ୍କୁ ନେଇ ସୀମାନ୍ତ ଗ୍ରାମ ଗୁଡ଼ିକକୁ ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମର ସ୍ଥିତି ଅନୁଧ୍ୟାନ କରିଥିଲେ । ଏହି ସମୟରେ ବ୍ଲକ ପ୍ରଶାସନ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡ଼ିଶା  କାର୍ଯ୍ୟକ୍ରମ ଦ୍ୱାରା ୫ ଲକ୍ଷ୍ୟ ଅନୁଦାନ ଖର୍ଚ୍ଚରେ ନିର୍ମିଣ ହୋଇଥିବା ଗୋଷ୍ଠୀ କେନ୍ଦ୍ରିକୁ ଉଦଘାଟନ କରିଥିଲେ ।
ସୀମାନ୍ତ ଏହି ସୁବିଧା ଏକ ଗୁରୁତ୍ୱପୂର୍ଣ୍ଣ ସାମୁହିକ ସମ୍ପତ୍ତି ଭାବରେ କାର୍ଯ୍ୟ କରିବା ସହ ଗ୍ରାମବାସୀ ମାନଙ୍କୁ ସାମାଜିକ, ସାଂସ୍କୃତିକ ଏବଂ ବିକାଶମୂଳକ କାର୍ଯ୍ୟକଳାପ ଆୟୋଜନ କରିବାରେ ଅନେକ ସହାୟକ ହେବ ବୋଲି ଲକ୍ଷ ରଖାଯାଇଛି। ଏହାପରେ ଉପସ୍ଥିତ ସମସ୍ତ ପ୍ରଶାସନିକ ଅଧିକାରୀ ପଞ୍ଚାୟତର ଅନ୍ୟତମ ସୀମାନ୍ତ ଗ୍ରାମ  ଧୂଲିପଦର ଏବଂ ଉପର ସେମ୍ବିରେ ଥିବା ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ  ଆଲୋଚନା କରି ପାଠପଢା ଏବଂ ମଧ୍ୟାହ୍ନ ଭୋଜନ ସମ୍ପର୍କରେ ପଚାରି ବୁଝିଥିଲେ । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରହୁଥିବା ପିଲାମାନଙ୍କ ଆବଶ୍ୟକତା ପ୍ରତି ବିଶେଷ ଧ୍ୟାନ ଦେଇ ଗୁଣାତ୍ମକ ଶିକ୍ଷା, ପୁଷ୍ଟିସାର, ସ୍ବାସ୍ଥ୍ୟ ଏବଂ ସାମଗ୍ରିକ ଶିଶୁ ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ ଉକ୍ତ ଅଧିକାରୀମାନେ। ଚ୍ୟାଲେଞ୍ଜିଂ ଭୌଗୋଳିକ ପରିସ୍ଥିତିରେ କାର୍ଯ୍ୟ କରୁଥିବା ଶିକ୍ଷକ ଏବଂ ଅଙ୍ଗନଓ୍ବାଡି କର୍ମୀଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ ।
ଏହି କ୍ଷେତ୍ର ପରିଦର୍ଶନ ଶେଷ ମାଇଲ ପର୍ଯ୍ୟନ୍ତ ସରକାରୀ ସେବା ଯୋଗାଣକୁ ସୁଦୃଢ଼ କରିବା, ସାର୍ବଜନୀନ ଭିତ୍ତିଭୂମିରେ ଉନ୍ନତି ଆଣିବା ଏବଂ କୋଟିଆ ସୀମାନ୍ତ ଗ୍ରାମଗୁଡ଼ିକର ବାସିନ୍ଦାଙ୍କ ମଧ୍ୟରେ ବିଶ୍ୱାସ ବୃଦ୍ଧି କରିବା ପାଇଁ ପ୍ରଶାସନର ପ୍ରତିବଦ୍ଧତାକୁ ପ୍ରତିଫଳିତ ହେବ ବୋଲି ଦୃଢକ୍ତି ପ୍ରକାଶ କରିଥିଲେ। ବ୍ଲକର ପ୍ରଶାସନିକ ଗସ୍ତ ସମୟରେ ପଞ୍ଚାୟତର ଏଇ ଅଜୟ ରାମ ତରାଇ, ତହସିଲ ସୁପ୍ରଭାଇଜର ଗୁପ୍ତ ପ୍ରସାଦ ତ୍ରିପାଠୀ , ପିଇଓ କଣ୍ଡା ଗଲରୀ ଏବଂ ଡିଇଓ ସୁକାନ୍ତ ରୁଡି ପ୍ରମୁଖଙ୍କ ସହ ସୀମାନ୍ତ ଗ୍ରାମ ଗୁଡିକର କିଛି ମୁଖିଆ ଉପସ୍ଥିତ ରହିଥିଲେ ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri