ବ୍ରହ୍ମପୁରରେ ୧୭ ପ୍ରତିଶତ ନେଇଛନ୍ତି ପ୍ରିକସନ ଡୋଜ୍‌

ଛତ୍ରପୁର,୨୪୮(ଡିଏନଏ ):  ନଗର ସ୍ବାସ୍ଥ୍ୟ ମିଶନର ପ୍ରଥମ କାର୍ଯ୍ୟକାରୀ କମିଟି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବହିର୍ଚିକିତ୍ସା ନିମନ୍ତେ ଆସୁଥିବା ରୋଗୀଙ୍କ ସଂଖ୍ୟା, ବିଶେଷଜ୍ଞ, କାୟାକଳ୍ପ ଯୋଜନା, ଇ- ସଞ୍ଜୀବନୀ ପରାମର୍ଶ, ଖୁସି ଯୋଜନା, ଟିକାକରଣ, ଘରକୁ ଘର ବୁଲି ପରିବାର ସର୍ବେକ୍ଷଣ, ପ୍ରତ୍ୟେକ ମାସରେ ମୋବାଇଲ ହେଲଥ ୟୁନିଟକୁ ଆସୁଥିବା ରୋଗୀଙ୍କ ଉପସ୍ଥାନ, ୨୦୧୪ ମସିହାରୁ ବର୍ତ୍ତମାନ ସୁଦ୍ଧା ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା, ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ବଜେଟ ଓ ଖର୍ଚ୍ଚ ହିସାବ ଉପରେ ବିଷଦ ଭାବେ ଆଲୋଚନା ହୋଇଥିଲା। ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଦ୍ବାରା ପରିଚାଳିତ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ୨୦୨୦ ମସିହାରୁ ବର୍ତ୍ତମାନ ସୁଦ୍ଧା ବ୍ରହ୍ମପୁର ସହରରେ ଚିହ୍ନଟ ହୋଇଥିବା କୋଭିଡ୍‌ କେସ୍‌ ବିଷୟରେ ମଧ୍ୟ ଆଲୋଚନା କରାଯାଇଥିଲା। ୧୮ ବର୍ଷରୁ ଊଦ୍ଧର୍‌ବ ବୟସର ବ୍ୟକ୍ତିଙ୍କୁ ୧୧୩ ପ୍ରତିଶତ ଟିକାକରଣ ଏବଂ ୧୫ ବର୍ଷରୁ ୧୭ ବର୍ଷ ପିଲାଙ୍କୁ ୬୧ ପ୍ରତିଶତ ଏବଂ ୧୨ରୁ ୧୪ ବର୍ଷ ପିଲାଙ୍କୁ ୬୭ ପ୍ରତିଶତ ପ୍ରଥମ ଡୋଜ ଟିକା ଦିଆଯାଇଛି। ସେହିପରି ୧୮ ବର୍ଷରୁ ଊଦ୍ଧର୍‌ବ ବୟସର ବ୍ୟକ୍ତିଙ୍କୁ ୭୯ ପ୍ରତିଶତ, ୧୫ରୁ ୧୭ ବର୍ଷ ପିଲାଙ୍କୁ ୯୦ ପ୍ରତିଶତ ଏବଂ ୧୨ରୁ ୧୪ ବର୍ଷ ବୟସର ପିଲାଙ୍କୁ ୭୩ ପ୍ରତିଶତ ଦ୍ବିତୀୟ ଡୋଜ ଟିକାକରଣ କରାଯାଇଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଥିଲା। ପ୍ରିକସନ ଡୋଜ ୪୫,୯୧୯ ଜଣଙ୍କୁ ଦିଆଯାଇଛି, ଯାହା କି ୧୭ ପ୍ରତିଶତ । ସର୍ବପ୍ରଥମେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଥିବା ନିମନ୍ତେ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଖୋଡାସିଙ୍ଗି ଏବଂ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଉତ୍ତରମୁଖୀଙ୍କୁ ଜିଲାପାଳ ପ୍ରମାଣ ପତ୍ର ପ୍ରଦାନ କରି ସେମାନେ ଯୋଗାଇ ଦେଉଥିବା ସ୍ବାସ୍ଥ୍ୟସେବାକୁ ଭୂୟସୀ ପ୍ରଶଂସା କରିଥିଲେ। ବୈଠକରେ ବ୍ରହ୍ମପୁରର ମେୟର ସଂଘମିତ୍ରା ଦଳେଇ, ଡେପୁଟି ମେୟର ଇଂ ଇ. ବିବେକ ରେଡ୍ଡୀ, ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେଶନର କମିଶନର ଜେ. ସୋନାଲ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଉମାଶଙ୍କର ମିଶ୍ର, ଜିଲା ପ୍ରକଳ୍ପ ମ୍ୟାନେଜର ଶ୍ୟାମସୁନ୍ଦର ତ୍ରିପାଠୀ, ଡା. ମନୋଜ କୁମାର ପଣ୍ଡା, ମେଡିକାଲ ଅଫିସର (ଭାରପ୍ରାପ୍ତ) ଡା. ସତ୍ୟ
ନାରାୟଣ ଦାଶ ଓ ଅନ୍ୟାନ୍ୟ ଅଧିକାରୀ,
କର୍ମଚାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri