Posted inଖେଳ

ବ୍ରିସବେନରେ ମଧ୍ୟ ସିରାଜଙ୍କୁ ଛାଡ଼ିଲେ ନାହିଁ ଅଷ୍ଟ୍ରେଲିଆ ଦର୍ଶକ

ବ୍ରିସ୍‌ବେନ, ୧୫।୧ : କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ଅଷ୍ଟ୍ରେଲିଆ ଦର୍ଶକଙ୍କ ଭାରତୀୟ କ୍ରିକେଟରଙ୍କ ବିରୋଧରେ ଅପଶବ୍ଦ ବ୍ୟବହାର କରୁଛନ୍ତି। ଚତୁର୍ଥ ଟେଷ୍ଟର ପ୍ରଥମ ଦିନରେ ଷ୍ଟାଡିୟମର କିଛି ଦର୍ଶକ ପେସର ମହମ୍ମଦ ସିରାଜ ଓ ପ୍ରଥମ ମ୍ୟାଚ୍‌ ଖେଳୁଥିବା ସ୍ପିନ ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦରଙ୍କୁ କୀଡ଼ା ବା କୀଡ଼ାର ପିଲା ବୋଲି ସମ୍ବୋଧନ କରିଥିଲେ। ଏ ନେଇ ‘ସିଡ୍‌ନୀ ମର୍ଣ୍ଣିଂ ହେରାଲ୍ଡ’ ଖବର କାଗଜରେ ପ୍ରକାଶ ପାଇଛି ଏକ ରିପୋର୍ଟ। ମୋ ପଛରେ ବସିଥିବା କିଛି ଲୋକ ସୁନ୍ଦର ଓ ସିରାଜଙ୍କୁ କୀଡ଼ା ବୋଲି କହୁଥିବାରୁ ଶୁଣିଛି ବୋଲି ଜଣେ ଦର୍ଶକ ଏହି ଖବର କାଗଜକୁ କହିଛନ୍ତି।

ଏହାପୂର୍ବରୁ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଅନୁଷ୍ଠିତ ତୃତୀୟ ଟେଷ୍ଟର ତୃତୀୟ ଓ ଚତୁର୍ଥ ଦିବସରେ ମଧ୍ୟ ସିରାଜଙ୍କୁ ଦର୍ଶକମାନେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିଲେ। ଫଳରେ ସୁରକ୍ଷାକର୍ମୀମାନେ ୬ ଜଣ ଦର୍ଶକଙ୍କୁ ଷ୍ଟାଡିୟମରୁ ବାହାର କରି ଦେଇଥିଲେ। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମଧ୍ୟ ଏ ନେଇ କ୍ଷମା ମାଗିଥିଲା। ସିରାଜ ଏ ନେଇ ଅଭିଯୋଗ କରିବା ପରେ ୧୦ ମିନିଟ୍‌ ଖେଳ ବନ୍ଦ ରହିଥିଲା। ଆଇସିସି ମଧ୍ୟ ଏହି ଘଟଣାକୁ ପ୍ରବଳ ନିନ୍ଦା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri