ବୁଗୁଡ଼ାରେ ଦଶମ ଶ୍ରେଣୀ ପରୀକ୍ଷା ଦେଲେ ୫୯ ଛାତ୍ରୀଛାତ୍ର

ବୁଗୁଡ଼ା,୩୦ା୭(ଡି.ଏନ୍‌.ଏ.): ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନ ପରେ ପ୍ରାପ୍ତ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏବଂ ସି-କୋର୍ସ ବିଦ୍ୟାର୍ଥୀଙ୍କ ପରୀକ୍ଷା ଶୁକ୍ରବାର ବୁଗୁଡ଼ା ବ୍ଲକର ଏକ ମାତ୍ର କେନ୍ଦ୍ର ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଆରମ୍ଭ ହୋଇଯାଇଛି। ଉକ୍ତ କେନ୍ଦ୍ରରେ ୭୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୯ ଜଣ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫ ଜଣ ରେଗୁଲାର, ୭ ଜଣ ଏକ୍ସ-ରେଗୁଲାର ଓ ୪୭ ଜଣ ସି-କୋର୍ସ ପରୀକ୍ଷାର୍ଥୀ ରହିଥିଲେ। ଏକ୍ସ-ରେଗୁଲାରର ଜଣେ ଓ ସି-କୋର୍ସର ୧୦ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିଲେ। ଉକ୍ତ ପରୀକ୍ଷା କେନ୍ଦ୍ରର ସୁପରିଟେଣ୍ଡେଣ୍ଟ ଦାୟିତ୍ୱରେ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ମହାପାତ୍ର ଏବଂ ଡେପୁଟି ସୁପରିଟେଣ୍ଡେଣ୍ଟ ଦାୟିତ୍ୱରେ ରବିନ୍ଦ୍ର ନାଥ ବରିହା ରହିଥିଲା ବେଳେ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ପର୍ଯ୍ୟବେକ୍ଷକ ରୂପେ ଯୋଗ ଦେଇଥିଲେ। ଏଥିସହ ମନୋଜ କୁମାର ପଟ୍ଟନାୟକ, ମଧୁସ୍ମିତା ପାତ୍ର, ସିନୁ ପାତ୍ର, ପ୍ରିୟଦର୍ଶିନୀ ଖାଡ଼ଙ୍ଗା, ସନ୍ତୋଷ ପାତ୍ର, ଲକ୍ଷ୍ମୀପ୍ରିୟା ବେହେରା ପ୍ରମୁଖ ଶିକ୍ଷୟିତ୍ରୀ/ଶିକ୍ଷକ କକ୍ଷ ନିରୀକ୍ଷକ ଭାବେ ନିଯୋଜିତ ଥିଲେ ।

ସୂଚନାଯୋଗ୍ୟ, ସମୁଦାୟ ସି-କୋର୍ସ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅଧିକାଂଶ ଆଶାକର୍ମୀ ଏବଂ ଜଣେ ଦିବ୍ୟାଙ୍ଗ ରହିଥିବା ଜଣାଯାଇଛି । ଆସନ୍ତା ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଯାଟ୍ରିକ ପରୀକ୍ଷା ଆଜି ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri