ଜଳସେଚନର ସୁପରିଚାଳନା ପାଇଁ ପ୍ରଭାରୀ ନିୟୋଜିତ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଜଳସେଚନର ସୁପରିଚାଳନା ପାଇଁ ରାଜ୍ୟ ଜଳ ସମ୍ପଦ ବିଭାଗ ତରଫରୁ ‘ଜଳ ପ୍ରଭାରୀ’ଙ୍କୁ ନିୟୋଜିତ କରାଯାଇଛି। ସୋମବାର ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ୩୦ ଜିଲା ପାଇଁ ଜଳ ପ୍ରଭାରୀ ଭାବେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ, ମୁଖ୍ୟ ଯନ୍ତ୍ରୀ ଓ ବରିଷ୍ଠ ପଦାଧିକାରୀଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ଏମାନେ ନିଜ ଜିଲାରେ ଜଳ ସମ୍ପଦର ସୁବିନିଯୋଗ ଓ ଜଳସେଚନ ବ୍ୟବସ୍ଥା ବୁଝିବେ। ଏଥିସହ ପ୍ରତି ମାସରେ ଥରେ ଜିଲା ଗସ୍ତ କରି ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ ତଥା ତଦାରଖ କରିବେ। ସମ୍ପୃକ୍ତ ଜିଲାରେ ଜଳସେଚନର ବ୍ୟବସ୍ଥା, ପ୍ରକଳ୍ପର ସ୍ଥିତି ଓ ଆଗକୁ କି କି କାର୍ଯ୍ୟ କରାଯିବାକୁ ଅଛି, ସେ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବେ। ରାଜ୍ୟ ସରକାରଙ୍କ ‘୫-ଟି’ ଉପକ୍ରମ ଓ ‘ମୋ ସରକାର’ କାର୍ଯ୍ୟକ୍ରମ ଆଧାରରେ ଜଳର ସୁପରିଚାଳନା, ଜଳସେଚନ ପ୍ରକଳ୍ପର ଅଗ୍ରଗତି ଓ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବା ସମ୍ପର୍କରେ ଜଳ ପ୍ରଭାରୀମାନେ କାର୍ଯ୍ୟ କରିବେ। ପ୍ରତି ୨ମାସରେ ଥରେ ନିର୍ଦ୍ଦିଷ୍ଟ ଦିନରେ ଜଳ ପ୍ରଭାରୀଙ୍କ ବୈଠକ ଅନୁଷ୍ଠିତ ହେବ। ସେହିଭଳି ୨ମାସରେ ଥରେ କାର୍ଯ୍ୟ ବିବରଣୀ ଜଳ ସମ୍ପଦ ବିଭାଗ ମୁଖ୍ୟଙ୍କୁ ପ୍ରଦାନ କରିବେ। ଜଳ ସମ୍ପଦ ବିଭାଗ ସମ୍ମିଳନୀ କକ୍ଷରେ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri