ଛତ୍ରପୁରରେ ଚାଷୀଙ୍କଠାରୁ କମ୍‌ରେ ପରିବା କିଣି ଚଢ଼ାଦରରେ ବିକୁଛନ୍ତି ବ୍ୟବସାୟୀ

ଛତ୍ରପୁର,୧୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର୍ସ ଛତ୍ରପୁର ସହରରେ ଗତ କିଛି ଦିନ ହେଲା ପନିପରିବା ଦର ଅତ୍ୟଧିକ ବୃଦ୍ଧି ପାଇଛି। ବ୍ୟବସାୟୀମାନେ ଚାଷୀ ମାନଙ୍କ ଠାରୁ କମ୍‌ ଦରରେ ବିଭିନ୍ନ ପରିବା କିଣି ଲୋକଙ୍କୁ ମନଇଚ୍ଛା ଦରରେ ବିକୁଛନ୍ତି କୌଣସି ଚାଷୀ ଛତ୍ରପୁର ସହରକୁ ପରିବା ବିକ୍ରି କରିବାକୁ ଆଣିଲେ ତାଙ୍କୁ କେତେକ ବ୍ୟବସାୟୀ ବିକ୍ରି କରିବାକୁ ଦେଉ ନ ଥିବା ଅଭିଯୋଗ ହୋଇଛି। ସେମାନେ ଚାଷୀଙ୍କ ଠାରୁ କମ୍‌ ଦରରେ ପରିବା କିଣି ଚଢ଼ାଦରରେ ବିକ୍ରି କରୁଛନ୍ତି। କେବଳ ଭେଣ୍ଡି, କଖାରୁ ବ୍ୟତୀତ ଅନ୍ୟ ସବୁ ପରିବା ଦର ୫୦ ରୁ ୬୦ ଟଙ୍କା ରେ ବିକ୍ରି ହେଉଛି କରୋନା କଟକଣା ନେଇ ଅପର ବସ୍‌ ଷ୍ଟାଣ୍ଡ ଓ କୋର୍ଟ ଷ୍ଟେଶନ ନିକଟରେ ୫୦ ରୁ ଊର୍ଦ୍ଧ୍ୱ ପରିବା ଦୋକାନ ରହିଛି ତଥାପି ମଧ୍ୟ ଦର ଆକାଶ ଛୁଆଁ ରହିଛି।
ଅପରପକ୍ଷରେ ଗାର୍ଲସ ହାଇ ସ୍କୁଲରେ କେତେକ ପରିବା ବିକ୍ରି କରୁଥିବାବେଳେ ଶୁକ୍ରବାର ଛତ୍ରପୁର ଏନ୍‌ଏସି ପକ୍ଷରୁ ତାଙ୍କୁ ସେଠାରୁ ହଟାଯାଇଛି। ଅପର ବସ ଷ୍ଟାଣ୍ଡ ଓ କୋର୍ଟ ଷ୍ଟେଶନ ନିକଟରେ ହିଁ ପରିବା ବିକ୍ରି କରିବାକୁ କୁହାଯାଇଛି। ପଞ୍ଚ ସୂତ୍ର ନିୟମ ମାନିବାକୁ ବାଧ୍ୟ ଏହାର ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସତର୍କ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri