Posted inଜାତୀୟ

ଧର୍ମାନ୍ତରଣ ମାମଲାରେ ୫ ଲକ୍ଷ ଜରିମାନା-୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଆଇନ ଆଣିବେ ରାଜ୍ୟ ସରକାର…

ବେଙ୍ଗାଲୁରୁ, ୧୯।୧୨: କର୍ନାଟକରେ ଭାଜପା ସରକାର ବିଧାନସଭା ଅଧିବେଶନରେ ଧର୍ମାନ୍ତରଣ ବିରୋଧୀ ଆଇନ ଆଣିବାକୁ ଯାଉଛନ୍ତି। ରାଜ୍ୟର ବାସବରାଜ ବୋମ୍ମାଇ ସରକାର ଧର୍ମ ପରିବର୍ତ୍ତନ ବିରୋଧୀ ଆଇନକୁ ଅଧିକ କଠୋର କରିବାକୁ ଯାଉଛନ୍ତି।

ବିଲର ନୂତନ ଡ୍ରାଫ୍ଟରେ ଦଣ୍ଡର ଅବଧି ତିନି ବର୍ଷ ଜେଲରୁ ୧୦ ବର୍ଷକୁ ବୃଦ୍ଧି ଏବଂ ଜରିମାନା ପରିମାଣକୁ ୫୦ ହଜାରରୁ ଏକ ଲକ୍ଷ ଏବଂ ୫ ଲକ୍ଷକୁ ବୃଦ୍ଧି କରିବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି। ସୂଚନାନୁସାରେ, ରାଜ୍ୟ ସରକାର ଏହି ସପ୍ତାହରେ ବିଧାନସଭାରେ କର୍ନାଟକ ଧର୍ମ ସ୍ବତନ୍ତ୍ରତା ଅଧିକାର ସଂରକ୍ଷଣ ବିଲ-୨୦୨୧ ଉପସ୍ଥାପନ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ହିନ୍ଦୁ ଧର୍ମରୁ ଇସଲାମ ଏବଂ ଖ୍ରୀଷ୍ଟିଆନ ଧର୍ମକୁ ପରିବର୍ତ୍ତନ ହେଉଥିବା କେତେକ ଖବର ମିଳିବା ପରେ ସରକାରଙ୍କ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯିବାକୁ ନିଷ୍ପତ୍ତି ହୋଇଛି।

ଶୀତକାଳୀନ ଅଧିବେଶନରେ ଶାସକ ଭାଜପା କର୍ନାଟକ ବିଧାନସଭାରେ ଏହି ବିଲ ଆଗତ କରିବାକୁ ଦାବି କରୁଛି। ପ୍ରସ୍ତାବିତ ଆଇନର ଆଇନଗତ ଦିଗ ଯାଞ୍ଚ କରିବା ପାଇଁ ରାଜ୍ୟ ସରକାର ଗତ କିଛି ଦିନ ମଧ୍ୟରେ ଅନେକ ବୈଠକ ମଧ୍ୟ କରିଛନ୍ତି। ଏହି ବିଲରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ନାବାଳକ ଏବଂ ମହିଳାଙ୍କୁ ଅନ୍ୟ ଧର୍ମକୁ ବାଧ୍ୟତାମୂଳକ ଧର୍ମାନ୍ତର କରିବା ପାଇଁ ସର୍ବାଧିକ ୧୦ ବର୍ଷ କାରାଦଣ୍ଡର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri