କରୋନାରେ ବାପ, ପୁଅ, ବୋହୂ ଚାଲିଗଲେ

ବାଲିକୁଦା,୩୦ା୫(ସ୍ବ.ପ୍ର.): ଗୋଟିଏ ପରିବାରର ୩ ଜଣଙ୍କ ଜୀବନ ନେଇଛି କରୋନା। ୨ ଦିନ ମଧ୍ୟରେ ବାପ, ପୁଅ ଓ ବୋହୂଙ୍କ ମୃତ୍ୟୁ ଘଟିଛି। ବାଲିକୁଦା ବ୍ଲକ ଅନ୍ତର୍ଗତ ବଡଗଁା ପଞ୍ଚାୟତରେ ଏହି ଘଟଣା ଘଟିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକମାନେ ହେଲେ ବଡ଼ଗଁା ପଞ୍ଚାୟତ ବିଜେଡି ସଭାପତି ତଥା ପୂର୍ବତନ ସରପଞ୍ଚ ଉପେନ୍ଦ୍ର ବିଶ୍ୱାଳ(୬୦), ପୁଅ ଅଭିଷେକ(୩୫)ଓ ବୋହୂ ରଶ୍ମିରେଖା(୩୦)। ୨୬ ତାରିଖରେ ବୋହୂଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ ତାରିଖ ସକାଳେ ପୁଅ ଓ ଏହାର ୧୨ ଘଣ୍ଟା ପରେ ବାପା ଉପେନ୍ଦ୍ରଙ୍କ ମୃତ୍ୟୁ ଘଟିଛି।

ଗତ ୨୩ ତାରିଖରେ ସେମାନେ ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ଟେଷ୍ଟ କରିଥିଲେ। ପ୍ରଥମେ ବୋହୂ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ମାତ୍ର ବାପ ଓ ପୁଅଙ୍କ ରିପୋର୍ଟ ସ୍ପଷ୍ଟ ହୋଇ ନ ଥିଲା। ସ୍ତ୍ରୀ ରଶ୍ମିରେଖାଙ୍କୁ ଆମ୍ବୁଲାନ୍ସରେ ଅଭିଷେକ କଟକସ୍ଥିତ କୋଭିଡ୍‌ ହସ୍ପିଟାଲକୁ ନେଇଥିଲେ। ସେଠାରେ ୨ ଦିନ ରହଣି ପରେ ଅଭିଷେକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ତାଙ୍କୁ କଟକସ୍ଥିତ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହି ସମୟରେ ଉପେନ୍ଦ୍ରଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ଟେଷ୍ଟ ପରେ ପଜିଟିଭ ଆସିବାରୁ ତାଙ୍କୁ ପାରାଦୀପସ୍ଥିତ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୨୬ ତାରିଖରେ ରଶ୍ମିରେଖାଙ୍କ ଅବସ୍ଥା ଗୁରୁତର ହୋଇ ରାତି ୧୦ଟାରେ ମୃତ୍ୟୁ ଘଟିଛି। ଏହାପରେ ୨୮ ତାରିଖ ଦିନ ସାଢେ ୯ ଟାରେ ଅଭିଷେକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଅପରପକ୍ଷେ ଉପେନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା। ଉକ୍ତ ଦିନ ରାତି ୯ଟାରେ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଗଲା ବେଳେ ବାଟରେ ମୃତ୍ୟୁ ଘଟିଛି। ଉପେନ୍ଦ୍ର ହେଉଛନ୍ତି ପୂର୍ବତନ ସରପଞ୍ଚ ସ୍ବର୍ଗତ ଉଦୟନାଥ ବିଶ୍ୱାଳଙ୍କ ପୁଅ। ୨୦୦୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ସମେତ ପରିବାରର ୩ ଜଣଙ୍କ ମୃତ୍ୟୁ ପରେ ସ୍ଥାନୀୟ ବିଧାୟକ ତଥା ଜଳ ସମ୍ପଦ ମନ୍ତ୍ରୀ ରଘୁ ନନ୍ଦନ ଦାସ, ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ବ୍ଲକ ଅଧ୍ୟକ୍ଷା ମଧୁସ୍ମିତା ସାହୁ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri