କରୋନାରେ ବାପ, ପୁଅ, ବୋହୂ ଚାଲିଗଲେ

ବାଲିକୁଦା,୩୦ା୫(ସ୍ବ.ପ୍ର.): ଗୋଟିଏ ପରିବାରର ୩ ଜଣଙ୍କ ଜୀବନ ନେଇଛି କରୋନା। ୨ ଦିନ ମଧ୍ୟରେ ବାପ, ପୁଅ ଓ ବୋହୂଙ୍କ ମୃତ୍ୟୁ ଘଟିଛି। ବାଲିକୁଦା ବ୍ଲକ ଅନ୍ତର୍ଗତ ବଡଗଁା ପଞ୍ଚାୟତରେ ଏହି ଘଟଣା ଘଟିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକମାନେ ହେଲେ ବଡ଼ଗଁା ପଞ୍ଚାୟତ ବିଜେଡି ସଭାପତି ତଥା ପୂର୍ବତନ ସରପଞ୍ଚ ଉପେନ୍ଦ୍ର ବିଶ୍ୱାଳ(୬୦), ପୁଅ ଅଭିଷେକ(୩୫)ଓ ବୋହୂ ରଶ୍ମିରେଖା(୩୦)। ୨୬ ତାରିଖରେ ବୋହୂଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ ତାରିଖ ସକାଳେ ପୁଅ ଓ ଏହାର ୧୨ ଘଣ୍ଟା ପରେ ବାପା ଉପେନ୍ଦ୍ରଙ୍କ ମୃତ୍ୟୁ ଘଟିଛି।

ଗତ ୨୩ ତାରିଖରେ ସେମାନେ ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ଟେଷ୍ଟ କରିଥିଲେ। ପ୍ରଥମେ ବୋହୂ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ମାତ୍ର ବାପ ଓ ପୁଅଙ୍କ ରିପୋର୍ଟ ସ୍ପଷ୍ଟ ହୋଇ ନ ଥିଲା। ସ୍ତ୍ରୀ ରଶ୍ମିରେଖାଙ୍କୁ ଆମ୍ବୁଲାନ୍ସରେ ଅଭିଷେକ କଟକସ୍ଥିତ କୋଭିଡ୍‌ ହସ୍ପିଟାଲକୁ ନେଇଥିଲେ। ସେଠାରେ ୨ ଦିନ ରହଣି ପରେ ଅଭିଷେକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ତାଙ୍କୁ କଟକସ୍ଥିତ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହି ସମୟରେ ଉପେନ୍ଦ୍ରଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ଟେଷ୍ଟ ପରେ ପଜିଟିଭ ଆସିବାରୁ ତାଙ୍କୁ ପାରାଦୀପସ୍ଥିତ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୨୬ ତାରିଖରେ ରଶ୍ମିରେଖାଙ୍କ ଅବସ୍ଥା ଗୁରୁତର ହୋଇ ରାତି ୧୦ଟାରେ ମୃତ୍ୟୁ ଘଟିଛି। ଏହାପରେ ୨୮ ତାରିଖ ଦିନ ସାଢେ ୯ ଟାରେ ଅଭିଷେକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଅପରପକ୍ଷେ ଉପେନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା। ଉକ୍ତ ଦିନ ରାତି ୯ଟାରେ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଗଲା ବେଳେ ବାଟରେ ମୃତ୍ୟୁ ଘଟିଛି। ଉପେନ୍ଦ୍ର ହେଉଛନ୍ତି ପୂର୍ବତନ ସରପଞ୍ଚ ସ୍ବର୍ଗତ ଉଦୟନାଥ ବିଶ୍ୱାଳଙ୍କ ପୁଅ। ୨୦୦୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ସମେତ ପରିବାରର ୩ ଜଣଙ୍କ ମୃତ୍ୟୁ ପରେ ସ୍ଥାନୀୟ ବିଧାୟକ ତଥା ଜଳ ସମ୍ପଦ ମନ୍ତ୍ରୀ ରଘୁ ନନ୍ଦନ ଦାସ, ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ବ୍ଲକ ଅଧ୍ୟକ୍ଷା ମଧୁସ୍ମିତା ସାହୁ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri