ଦିଲ୍ଲୀରେ ପେଟ୍ରୋଲ ୮ ଟଙ୍କା କମିଲା

ନୂଆଦିଲ୍ଲୀ,୨।୧୨:  ୨୬ ଦିନ ପରେ ଦିଲ୍ଲୀର କ୍ଷମତାସୀନ କେଜ୍‌ରିୱାଲ ସରକାର ବୁଧବାର ପେଟ୍ରୋଲ ଉପରେ ଲାଗୁ ହେଉଥିବା ଭାଟ୍‌କୁ ଏକା ଥରକେ ୮ ଟଙ୍କା ହ୍ରାସ କରିଛନ୍ତି। ଫଳରେ ପେଟ୍ରୋଲର ଲିଟର ପିଛା ଦାମ ପ୍ରାୟ ୯୬ ଟଙ୍କାରେ ପହଞ୍ଚତ୍ଛି ବୋଲି ସୂଚନା ମିଳିଛି। ବୁଧବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀ ସରକାରଙ୍କ କ୍ୟାବିନେଟ ବୈଠକ ବସିଥିଲା। ଉକ୍ତ ବୈଠକରେ ଦିଲ୍ଲୀର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ବିଶେଷକରି ତୈଳ ଦରକୁ ନେଇ ବ୍ୟାପକ ଚର୍ଚ୍ଚା ହୋଇଥିଲା। ଏହାପରେ କ୍ୟାବିନେଟ୍‌ର ନିଷ୍ପତ୍ତିକ୍ରମେ ପେଟ୍ରୋଲ ଉପରେ ଲାଗୁଥିବା ଭାଟ୍‌କୁ ସରକାର ୮ ଟଙ୍କା ହ୍ରାସ କରିଥିବା ଘୋଷଣା କରାଯାଇଥିଲା। ଏହି ଦର ହ୍ରାସ ଯୋଗୁ ଦିଲ୍ଲୀବାସୀ ଗୁରୁବାର ଠାରୁ ପ୍ରାୟ ୯୬ ଟଙ୍କାରେ ପେଟ୍ରୋଲ କ୍ରୟ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?