ଦିଲ୍ଲୀରେ ଥାଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ଅଧିକ ଗୁରୁତ୍ୱ ଆରୋପ କରିଛନ୍ତି। ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। କୋଭିଡ୍‌ ନିୟମ ପାଳନ କରି ଲୋକମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତାକାଲି ପ୍ରଭାବିତ ସମସ୍ତ ୧୧ଟି ଜିଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରବର୍ତ୍ତୀ ସମୟରେ ଜିଲାପାଳ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନ ପ୍ରଦୀପ ଜେନା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପ୍ରଭାବିତ ହେବାକୁ ଥିବା ଜିଲାରେ ୪୨ଟି ଓଡ୍ରାଫ୍‌ ଟିମ୍‌, ୨୪ ଏନ୍‌ଡିଆରଏଫ୍‌ ଟିମ୍‌, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଥିବା ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫-ଟି ସଚିବ ଭିକେ ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ,ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ ଏବଂ ୧୧ଟି ଜିଲାର ଜିଲାପାଳ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri