ଦିଲ୍ଲୀରେ ଥାଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ଅଧିକ ଗୁରୁତ୍ୱ ଆରୋପ କରିଛନ୍ତି। ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। କୋଭିଡ୍‌ ନିୟମ ପାଳନ କରି ଲୋକମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତାକାଲି ପ୍ରଭାବିତ ସମସ୍ତ ୧୧ଟି ଜିଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରବର୍ତ୍ତୀ ସମୟରେ ଜିଲାପାଳ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନ ପ୍ରଦୀପ ଜେନା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପ୍ରଭାବିତ ହେବାକୁ ଥିବା ଜିଲାରେ ୪୨ଟି ଓଡ୍ରାଫ୍‌ ଟିମ୍‌, ୨୪ ଏନ୍‌ଡିଆରଏଫ୍‌ ଟିମ୍‌, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଥିବା ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫-ଟି ସଚିବ ଭିକେ ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ,ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ ଏବଂ ୧୧ଟି ଜିଲାର ଜିଲାପାଳ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଡ୍ରାଇଭର, ହେଲ୍‌ପରଙ୍କ ଲାଇସେନ୍ସ ରଦ୍ଦ

ପୁରୀ ଅଫିସ/କଟକ ଅଫିସ, ୧୧।୭: ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ଘରୋଇ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାକୁ ବିଭିନ୍ନ ମହଲରେ ଦୃଢ...

କାଠ ଘରେ ପ୍ରାକୃତିକ ଶୀତତାପ ନିୟନ୍ତ୍ରଣ

ଦାରିଙ୍ଗବାଡ଼ି,୨୩।୧: ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକଙ୍କ ପସନ୍ଦ ହେଉଛି ପ୍ରାକୃତିକ ପଦ୍ଧତିରେ କରାଯାଇଥିବା ଟେଣ୍ଟ ହାଉସ୍‌ ବା ଶିବିର। ବର୍ତ୍ତମାନ ରାଜ୍ୟ ସରକାରଙ୍କ...

ଲାଞ୍ଚ ନେଇ କ୍ୟାସିୟର ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା...

କାଲିଠୁ ୨ ଦିନ ସ୍କୁଲ ବନ୍ଦ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ତୈଳଦର ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ରାଜ୍ୟରେ ସମସ୍ତ ସ୍କୁଲ...

ରାଜନଗର ନୁରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୁରୁଗାଁ ଗ୍ରାମର ଜଣେ ଚାଷୀ ଗୁରୁବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ଅପରାହ୍ନରେ କ୍ଷତିପୂରଣ ଦାବିରେ ପରିବାର...

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୬ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଆସନ୍ତା ୭ରେ ଦିଲ୍ଲୀର ବିଜ୍ଞାନ ଭବନରେ ହେବାକୁ ଥିବା ନୀତି...

କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର : ୪ ସହପାଠୀ ଛାତ୍ର ଅଟକ, ପୋଲିସ ତନାଘନା

ସୁନ୍ଦରଗଡ଼, ୧୬।୭ (ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜଣେ ଯୁକ୍ତ ୩ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ...

ଥାନା ହାଜତରେ ମୃତ୍ୟୁ ଘଟଣା: କେ.ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ୧୬ କ୍ଷତଚିହ୍ନ

ପୁରୀ ଅଫିସ,୬ା୧୨: ପୁରୀ ବାସେଳିସାହି ଥାନା ହାଜତରେ ନଭେମ୍ବର ୧୯ରେ କେ. ରମେଶ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ହେପାଜତରେ ଏହି ଘଟଣା...

Advertisement
Archives

Model This Week