ଦିଲ୍ଲୀରେ ପ୍ରଜ୍ଞାପନ ମେଢ଼କୁ ନେଇ ବଢ଼ିଲା ରାଜନୀତି: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ଭୁବନେଶ୍ୱର,୫।୧(ଅନିଲଦାସ): ଚଳିତବର୍ଷ ଦିଲ୍ଲୀର କର୍ତ୍ତବ୍ୟ ପଥରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ନ ଗଡ଼ିବା ଏକ କ୍ଷୋଭର ବିଷୟ ବୋଲି ବିଜୁ ଜନତା ଦଳର ସମନ୍ବୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଛନ୍ତି ।
ଓଡ଼ିଆ ଅସ୍ମିତା ରାଜ୍ୟରେ ଏକ ପ୍ରମୁଖ ପ୍ରସଙ୍ଗ ହୋଇଥିବା ବେଳେ ଡବଲ ଇଞ୍ଜିନ ସରକାର ଶାସନ ସମୟରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ସ୍ବୀକୃତି ନ ମିଳିବା ନିଶ୍ଚିତ ଭାବେ ଉଦ୍‌ବେଗର ବିଷୟ। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ତକ୍ଷେପ କରନ୍ତୁ ବୋଲି ସେ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ବର୍ଷ କର୍ତ୍ତବ୍ୟପଥରେ ଐତିହ୍ୟ ଗ୍ରାମ ରଘୁରାଜପୁର ହସ୍ତକଳାକୁ ନେଇ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିଲା। ପଟଚିତ୍ର ସହିତ ହସ୍ତଶିଳ୍ପ ଏବଂ କୁଟୀର ଶିଳ୍ପକୁ ପ୍ରଜ୍ଞାପନ ମେଢ଼ରେ ପ୍ରଦର୍ଶିତ କରାଯାଇଥିଲା। ଓଡ଼ିଶାର ଏହି ମେଢ଼ ପ୍ରଥମ ପୁରସ୍କାର ହାସଲ କରିଥିଲା। ୨୦୨୫ ଜାନୁଆରୀ ୨୬ ତାରିଖରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶା ତରଫରୁ ମାଣିଆବନ୍ଧ ଶାଢ଼ି, ହସ୍ତଶିଳ୍ପ ଓ ମନ୍ଦିରମାଳିନୀ ଭୁବନେଶ୍ୱରକୁ ମଡେଲ ଭାବେ ପ୍ରସ୍ତାବ ଦିଆଯାଇଥିଲା। ତେବେ ଏ ବର୍ଷ ମନୋନୀତ ହୋଇଥିବା ପ୍ରଜ୍ଞାପନ ମେଢ଼ ମଧ୍ୟରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ସ୍ଥାନ ମିଳିନାହିଁ। କିନ୍ତୁ କେଉଁ କାରଣରୁ ଏହାକୁ ମନୋନୀତ କରାଯାଇ ନାହିଁ ତାହା ସ୍ପଷ୍ଟ ହୋଇନାହିଁ ବୋଲି ଦେବୀ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri